ଆଜି ରାଜ୍ୟରୁ ୨୨ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର (କେନ୍ୟୁଜ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨୧ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ବୌଦ୍ଧ, କଳାହାଣ୍ଡି,ଖୋର୍ଦ୍ଧା, ନୂଆପଡ଼ା , ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଜପତି , କୋରାପୁଟ, ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗିର ଜିଲ୍ଲାରୁ ଜଣେ ଆକ୍ରାନ୍ତ ରହିଛନ୍ତି ।

 

Leave A Reply

Your email address will not be published.