ଆଉ ଏକ କରୋନା ମୃତ୍ୟୁ, ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି

କେନ୍ୟୁଜ ବ୍ୟୁରୋ : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା ୩ରେ ପହଞ୍ଚିଛି। ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ପୂର୍ବରୁ ଅନ୍ୟ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିଲା । ମୃତକ ଦୁଇ ଜଣ ଜଣ ଖୋର୍ଦ୍ଧାର ଥିଲେ।

ସେପଟେ ଅନୁଗୁଳରେ ପଶିଲା କରୋନା । ରାଜ୍ୟରେ ଆଉ ନୂଆ ୫୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରେ ୧୩ଜଣ ଆକ୍ରାନ୍ତ ଅଛନ୍ତି । ଗଞ୍ଜାମ ଜିଲ୍ଲାରେ ନୂଆ ୨୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରେ ମୋଟ ପଜିଟିଭ୍‌ଙ୍କ ସଂଖ୍ୟା ୧୧୮କୁ ବୃଦ୍ଧି ପାଇଛି । ବାଲେଶ୍ୱରରେ ୧୫ ଓ ଅନୁଗୁଳରେ ୧୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱରରେ ସଂକ୍ରମିତଙ୍କ ସଂଖ୍ୟା ୪୨କୁ ବୃଦ୍ଧି ପାଇଛି।

whats

 

 

ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ପଜିଟିଭ୍‌ଙ୍କ ସଂଖ୍ୟା ୩୫୨କୁ ବୃଦ୍ଧି ପାଇଛି। ରାଜ୍ୟରେ ମୋଟ ୨୮୧ଜଣ ଚିକିତ୍ସିତ ହେଉଥିବାବେଳେ ୬୮ ସୁସ୍ଥ ହୋଇଛନ୍ତି। ୩ଜଣଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.