Below header

କପା ବୋଝେଇ ଭ୍ୟାନ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର

କଣ୍ଟାମାଳ(କେନ୍ୟୁଜ୍):ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ବାଉଁଶୁଣି ଥାନା ବାଘନଦୀ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗତକାଲି ବିଳମ୍ବିତ ରାତିରେ କପା ବୋଝେଇ ଭ୍ୟାନ ଓ ଟ୍ରକ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ଭ୍ୟାନ ଡ୍ରାଇଭର ଓ ହେଲପର୍‌ ଗୁରୁତର ।

ବାଉଁଶୁଣି ଦମକଳ ବାହିନୀ ଗୁରୁତରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଇଥିଲେ । ଗୁରୁତରଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ସୋନପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଟ୍ରକ ଡ୍ରାଇଭର ଫେରାର ଥିବା ବେଳେ ବାଉଁଶୁଣି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.