ରାଜ୍ୟ

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦମ୍ପତ୍ତିଙ୍କୁ ମରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଭଞ୍ଜନଗର (କେନ୍ୟୁଜ): ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ପଥରା ବଡଦାଣ୍ଡ ସାହିରେ ଦମ୍ପତ୍ତିଙ୍କୁ ମରଣାନ୍ତକ ଆକ୍ରମଣ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବିଳମ୍ବିତ ରାତିରେ ଘଟିଛି ଅଭାବନୀୟ ଘଟଣା। ଗ୍ରାମର ସୁରେନ୍ଦ୍ର ରେଡ୍ଡୀ ଓ ତାଙ୍କ ପତ୍ନୀ ଲକ୍ଷ୍ମୀ ରେଡ୍ଡୀଙ୍କୁ ଜଣେ ପଡୋଶୀ ଖଣ୍ଡାରେ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

ସୂଚନା ମୁତାବକ ବିଳମ୍ବିତ ରାତିରେ ସୁରେନ୍ଦ୍ର ଓ ପତ୍ନୀ ଲକ୍ଷ୍ମୀ ନିଜ ଘରେ ଥିବା ସମୟରେ ପଡୋଶୀ ବ୍ୟକ୍ତି ଜଣକ ସୁରେନ୍ଦ୍ରଙ୍କ ଉପରକୁ ଖଣ୍ଡା ସାହାଯ୍ୟରେ ଅତର୍କିତ ଆକ୍ରମଣ କରିଥିଲେ । ଆକ୍ରମଣର ଶିକାର ହେଉଥିବା ସ୍ୱାମୀଙ୍କୁ ଉଦ୍ଧାର କରିବାକୁ ଯାଇ ସ୍ତ୍ରୀ ମଧ୍ୟ ଗୁରୁତର ହୋଇଥିଲେ । ଉଭୟଙ୍କୁ ଚିକିତ୍ସା ନିମନ୍ତେ କବି ସୂର୍ଯ୍ୟନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇ ଥିବାବେଳେ ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ତେବେ ଆକ୍ରମଣର ପ୍ରକୃତ କାରଣ ଅସ୍ପଷ୍ଟ ରହି ଥିବାବେଳେ କିଛି ଦିନ ପୂର୍ବେ ଘର ଆଗରେ ଗାଡି ପର୍କିଙ୍ଗକୁ କେନ୍ଦ୍ର କରି ଦୁଇ ପଡୋଶୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା ।ତାହାକୁ କେନ୍ଦ୍ରକରୀ ବିଳମ୍ବିତ ରାତିରେ ପଡୋଶୀ ଦମ୍ପତିଙ୍କ ଉପରକୁ ଏହି ଆକ୍ରମଣ ହୋଇଥିବା ସନ୍ଦେହ କରାଯଉଛି । ଅନ୍ୟପଟେ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।

Barsha

Recent Posts

ସ୍କୁଲରେ ପାଠ ପଢ଼ାଇବେ ଅବସରପ୍ରାପ୍ତ ଅତିଥି ଶିକ୍ଷକ

ଭୁବନେଶ୍ୱର: ଅବସରପ୍ରାପ୍ତ ଅତିଥି ଶିକ୍ଷକ ପାଠ ପଢ଼ାଇବେ। ସେମାନଙ୍କ ସହ ଏଗ୍ରିମେଣ୍ଟ ହେବ, ଅଧିକ ଆଲୋଚନା ହୋଇ ନିଯୁକ୍ତି ଦିଆଯିବ।…

5 mins ago

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

20 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

37 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

50 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

59 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

1 hour ago