Below header

ପାରିବାରିକ କଳହର କରୁଣ ପରିଣତି : ବିଷ ପିଇ ଆତ୍ମହତ୍ୟା କଲେ ଦମ୍ପତି

ଭଦ୍ରକ : ପାରିବାରିକ କଳହର କରୁଣ ପରିଣତି । ବିଷ ପିଇ ଆତ୍ମହତ୍ୟା କଲେ ଦମ୍ପତି । ଭଦ୍ରକ ଜିଲ୍ଲା ଧାମନଗର ଥାନା ଶ୍ୟାମପୁର ଗାଁରେ ଘଟିଛି ଏହି ଦୁଃଖଦ ଘଟଣା । ମୃତକମାନେ ହେଲେ ଧର୍ମେନ୍ଦ୍ର ପ୍ରଧାନ ଓ ତାଙ୍କ ସ୍ତ୍ରୀ ପୂର୍ଣ୍ଣିମା ପ୍ରଧାନ । ଗତକାଲି କୌଣସି କାରଣକୁ ନେଇ ଦୁଇ ଜଣଙ୍କ ମଧ୍ୟରେ ବଚସା ହୋଇଥିଲା । ଏଥିରେ ଉତ୍‌କ୍ଷିପ୍ତ ହୋଇ ୨ଜଣ ବିଷ ପିଇ ଦେଇଥିଲେ । ଗୁରୁତର ଅବସ୍ଥାରେ ସେମାନଙ୍କୁ ପ୍ରଥମେ ଧାମନଗର ଓ ପରେ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ପରିବାର ଲୋକ । ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କର ମୃତ୍ୟୁ ହୋଇଛି । ୪ ମାସ ତଳେ ଧ୍ରମେନ୍ଦ୍ର ଓ ପୂର୍ଣ୍ଣିମାଙ୍କ ବିବାହ ହୋଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.