ରାଜ୍ୟରେ ୪ ହଜାର ମୁହାଁ କରୋନା ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ ୧୨ଶହ ୨୩ ଆକ୍ରାନ୍ତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ କରୋନାର ଲମ୍ବା ଲମ୍ଫ । ଗତ ୨୪ ଘଣ୍ଟାରେ ୩ ହଜାର ୬୭୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରେ ସର୍ବାଧିକ ୧୨ଶହ ୨୩ ସଂକ୍ରମଣ । ସୁନ୍ଦରଗଡରୁ ୫୮୨ ପଜିଟିଭ୍‌ ଚିହ୍ନଟ । ସମ୍ବଲପୁରରୁ ୩୭୨ ଓ କଟକରୁ ୩୧୦ ସଂକ୍ରମିତ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ୩୬୭୯ କରୋନା ପଜିଟିଭ୍ ଚିହ୍ନଟ ହେବା ଆହୁରୀ ଚିନ୍ତା ବଢାଇଛି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୬୬୧୫୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୪୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୫୩୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୦୯ ଜଣ ରହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.