ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ, ଗଲା ୨ଜୀବନ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ  ୧୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୯ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ବର ଜିଲ୍ଲାରୁ ୧ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୧୨ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, ଖୋର୍ଦ୍ଧାରୁ ୫୮ ଜଣ, ନୟାଗଡ଼ରୁ ୧ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୧ ଜଣ, ସମ୍ୱଲପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୩ ହଜାର ୬୪୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୩ ହଜାର ୩୯୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୭୫୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Leave A Reply

Your email address will not be published.