ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ଆଜି ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୬୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୪୧.୭୨ ପ୍ରତିଶତ । ଆଜି ମୋଟ ପଜିଟିଭିଟି ୦.୩୨ ପ୍ରତିଶତ ।

ସଂକ୍ରମିିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୧୨ ଜଣ । ୨୪ ଘଣ୍ଟାରେ ୪୬ ହଜାର ୬୬୯ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ୍‌ ରହିଛି ୨ ହଜାର ୧୦୭।ସୂଚନା ମୁତାବକ, ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକରୁ ୬ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୧ ଜଣ,  ଖୋର୍ଦ୍ଧାରୁ ୬୩ ଜଣ, କୋରାପୁଟରୁ ୬ ଜଣ, ମୟୂରଭଞ୍ଜରୁ ୩ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୧୦ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୬ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ ପୁଲରୁ ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.