ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ଆଜି ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୧୦୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୪୧.୫୬ ପ୍ରତିଶତ । ଆଜି ମୋଟ ପଜିଟିଭିଟି ୦.୪୩ ପ୍ରତିଶତ । ସଂକ୍ରମିିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୫୪ ଜଣ । ୨୪ ଘଣ୍ଟାରେ ୫୮ ହଜାର ୯୦୬ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ୍‌ ରହିଛି ୨ ହଜାର ୧୪୨ ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୪ ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, କଟକରୁ ୧୨ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୧ ଜଣ,  ଖୋର୍ଦ୍ଧାରୁ ୧୦୬ଜଣ, ମୟୂରଭଞ୍ଜରୁ ୨୨ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୪ ଜଣ, ସମ୍ୱଲପୁରରୁ ୧୯ଜଣ, ସୁନ୍ଦରଗଡ଼ରୁ ୧୮ ଜଣ ଓ ଷ୍ଟେଟ ପୁଲରୁ ୨୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୦ ହଜାର ୭୬୦  ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୦ହଜାର ୧୩୯ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୧୪୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.