ଭୁବନେଶ୍ବର(କେନ୍ୟୁଜ୍): ଦିଲ୍ଲୀ ଭଳି କିଛି ରାଜ୍ୟରେ ସଂକ୍ରମଣ ବଢ଼ିବା ପରେ ସଜାଗ ହେଲେ ରାଜ୍ୟ ସରକାର । ରାଜ୍ୟରେ ବହୁତ କମ ପଜିଟିଭ ଚିହ୍ନଟ ହୋଇଛନ୍ତି । ୭ରୁ ୮ ଜିଲ୍ଲାକୁ ଛାଡ଼ି ଦେଲେ ବାକି ସବୁ ଜିଲ୍ଲାରେ କେସ ନାହିଁ । ତେଣୁ ଆତଙ୍କିତ ହେବାର ନାହିଁ ବୋଲି କହିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ସତର୍କ ଦୃଷ୍ଟି ରଖିବାକୁ ଜିଲ୍ଲା ମାନଙ୍କୁ କୁହାଯାଇଛି । ICMR ଗାଇଡଲାଇନ ଅନୁଯାୟୀ ଟେଷ୍ଟ ବଢ଼ାଯାଇଛି । କ୍ଲଷ୍ଟର ଆଉଟ ବ୍ରେକ୍ ଯେଉଁଠି ହେଉଛି, ତାରି ଉପରେ ତୀକ୍ଷ୍ନ ନଜର ରହିଛି । ହାଇ ରିସ୍କ ପପୁଲେସନ ଉପରେ ରଖାଯାଇଥିବା କହିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।
ଦେଶରେ ବଢିଲା କରୋନାର ଦୈନିକ ସଂକ୍ରମଣ । ଗୋଟିଏ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୯୦ ପ୍ରତିଶତ ବୃଦ୍ଧି ପାଇଛି । ଗତ ୨୪ ଘଂଟାରେ ଦେଶରେ ୨ ହଜାର ୧୮୩ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି । ଗତକାଲି ୧୧୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ୨ ହଜାର ପାର କରିଛି । ଗତ ୧୬ ତାରିଖରେ ୯୭୫ ଓ ୧୫ ତାରିଖରେ ୯୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…
ସୁବର୍ଣ୍ଣପୁର(କେନ୍ୟୁଜ୍) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…
କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…
ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…
ଭୁବନେଶ୍ୱର(କେନ୍ୟୁଜ୍): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…