ନବରଙ୍ଗପୁର(କେନ୍ୟୁଜ୍): ପୁଣି ଡର ବଢାଇଲେ କରୋନା ଆକ୍ରାନ୍ତ। ମେଡିକାଲ କାନ୍ଥ ଡେଇଁ ଛୁ ମାରିଲେ । ଥାନାରେ ଏତଲା ଦେଲେ ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ। ନବରଙ୍ଗପୁର କୋଭିଡ ହସ୍ପିଟାଲରୁ ଏହି କରୋନା ଆକ୍ରାନ୍ତ ଚମ୍ପଟ ମାରିଥିବା ସୂଚନା ମିଳିଛି। ଏହି ଆକ୍ରାନ୍ତ ବ୍ୟକ୍ତି ଜଣକ ଗତ ୩ ତାରିଖରେ ପଜିଟିଭ ଚିହ୍ନଟ ହୋଇଥିଲେ ଓ ପରେ ମେଡିକାଲରେ ଭର୍ତ୍ତି ହୋଇଥିଲେ। କିନ୍ତୁ ଆଜି ହଠାତ ଓାର୍ଡରେ କେହି ନଥିବାର ସୁଯୋଗ ପାଇ ମେଡିକାଲ କାନ୍ଥ ଡେଇଁ ବାହାରକୁ ଚାଲିଯାଇଥିବା ଜଣାପଡିଛି। ଏନେଇ ନବରଙ୍ଗପୁର ଜିଲ୍ଲାପାଳ ଅଜିତ କୁମାର ମିଶ୍ର ସୂଚନା ଦେଇଛନ୍ତି।
ବର୍ତ୍ତମାନ ନବରଙ୍ଗପୁର ଜିଲ୍ଲାରେ ୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଆଉ ୪୯ ଟି ଆକ୍ଟିଭ କେଶ ରହିଛି। ଏମାନେ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…