ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୧୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୨ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୧୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ୨ ଆଉ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୧୧୭ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୫୩.୬୬ ପ୍ରତିଶତ ।

ଆଜି ମୋଟ ପଜିଟିଭ୍‌ ରେଟ୍‌ ରହିଛି ୦.୩୫ ପ୍ରତିଶତ । ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୨୮ ଜଣ । ୨୪ ଘଣ୍ଟାରେ ୬୧ ହଜାର ୭୬୪ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୧ହଜାର ୯୨୫ ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨ଜଣ, ବାଲେଶ୍ବରରୁ ୧ ଜଣ, ଭଦ୍ରକରୁ ୧ ଜଣ, କଟକରୁ ୧୫ ଜଣ, ଦେବଗଡ଼ରୁ ୨ ଜଣ, ଗଞ୍ଜାମରୁ ୫ଜଣ, ଜଗତସିଂହପୁରୁ ୨ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୨ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, ଖୋର୍ଦ୍ଧାରୁ ୧୧୭ ଜଣ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୭ଜଣ, ନୟାଗଡ଼ରୁ ୨ଜଣ, ପୁରୀରୁ ୩ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟ ପୁଲରୁ ୨୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୨ହଜାର ୧୪୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୧ ହଜାର ୭୨୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୯୨୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Leave A Reply

Your email address will not be published.