କେନ୍ଦ୍ରାପଡ଼ାରେ କାର୍ତ୍ତିକେଶ୍ୱର ଭସାଣ ବେଳେ ବାଣ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି

କେନ୍ଦ୍ରାପଡ଼ା(କେନ୍ୟୁଜ୍): କେନ୍ଦ୍ରାପଡ଼ାରେ କାର୍ତ୍ତିକେଶ୍ୱର ଭସାଣ ବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି। କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ଜଣକ କେନ୍ଦ୍ରାପଡ଼ାର ପିଣ୍ଟୁ ଖାଁ। ବାଣ ବିସ୍ଫୋରଣ ଘଟଣାରେ ଆହତ ୪୦ ଜଣଙ୍କ ମଧ୍ୟରୁ କଟକ ଏସସିବିରେ ଭର୍ତ୍ତି ହୋଇଥିଲେ ୩୪ ଜଣ ।

ସେମାନଙ୍କ ମଧ୍ୟରୁ ୧୧ ଜଣଙ୍କ ଅବସ୍ଥା ଗୁରୁତର ରହିଥିଲା। ସମସ୍ତଙ୍କୁ ICUରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଥିଲା। ପୂର୍ବରୁ ଉଦୟ ଭୋଇ ନାମକ ଜଣେ ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ଗତକାଲି ରାତିରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି।