କ୍ରାଇମ୍‌ସ୍ପଟ୍‌ରେ କ୍ରାଇମବ୍ରାଞ୍ଚ: ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁର ତଦନ୍ତ ଆରମ୍ଭ କଲା କ୍ରାଇମବ୍ରାଞ୍ଚ

କେନ୍ୟୁଜ୍(ବ୍ୟୁରୋ):ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁର ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ । କ୍ରାଇମ୍‌ସ୍ପଟ୍‌ରେ ତଦନ୍ତକାରୀ ଟିମ୍‌ । ପାରଳାଖେମୁଣ୍ଡିରେ ସୌମ୍ୟଙ୍କ ସରକାରୀ ବାସଭବନରେ କ୍ରାଇମବ୍ରାଞ୍ଚ ଓ ଫରେନସିକ୍‌ ଟିମ୍‌ ପହଁଚି ଖୋଳତାଡ଼ ଆରମ୍ଭ କରିଛନ୍ତି । କ୍ରାଇମବ୍ରାଞ୍ଚ ଡିଏସପି ଜ୍ଞାନ ରଞ୍ଜନ ମିଶ୍ରଙ୍କ ନେତୃତ୍ୱରେ ଟିମ୍‌ ପହଁଚି ତଦନ୍ତ ଆରମ୍ଭ କରିଛନ୍ତି । ପୁଣି ଥର ପ୍ରଥମରୁ ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତଦନ୍ତରେ ପକ୍ଷଭୁକ୍ତ ସମସ୍ତଙ୍କୁ ଜେରା କରାଯିବ ବୋଲି କ୍ରାଇମବ୍ରାଞ୍ଚ ଡିଏସପି କହିଛନ୍ତି ।

crime branch

ଏହି ମାମଲାରେ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା, ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ନାଁରେ ଏତଲା ହୋଇଥିଲା । ସେମାନଙ୍କୁ ପୁଣି ଥରେ ଜେରା କରିବ କ୍ରାଇମବ୍ରାଞ୍ଚ ଟିମ୍‌ । ଆଜି ଡିଜିପିଙ୍କ ନିର୍ଦ୍ଦେଶରେ କ୍ରାଇମବ୍ରାଞ୍ଚକୁ ମାମଲା ହସ୍ତାନ୍ତର ହୋଇଥିଲା । ଜୁଲାଇ ୧୨ ତାରିଖ ରାତିରେ ପୋଡ଼ି ଯାଇଥିଲେ ପାରଳାଖେମୁଣ୍ଡି ଏସିଏଫ୍‌ । ତାପରଦିନ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.