ଚିତ୍ତରଞ୍ଜନ ପଲେଇ ହତ୍ୟା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ, ନିର୍ଦ୍ଦେଶ ଦେଲେ ପୋଲିସ ଡିଜି

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ପ୍ରାଇଭେଟ ପିଏସଓ ଚିତ୍ତରଞ୍ଜନ ପଲେଇଙ୍କ ହତ୍ୟା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ଏ ନେଇ ପୋଲିସ ଡିଜି ଅଭୟ ନିର୍ଦ୍ଦେଶ ଦେଇଛନ୍ତି । କ୍ରାଇମବ୍ରାଞ୍ଚ ତଦନ୍ତ ନେଇ ଓଡ଼ିଶା ପୋଲିସ କାର୍ଯ୍ୟାଳୟ ପକ୍ଷରୁ ପ୍ରେସ ରିଲିଜ ଜାରି ହୋଇଛି ।

ଆଜିଠୁ ଚର୍ଚ୍ଚିତ ହତ୍ୟା ଘଟଣାର ତଦନ୍ତ ଆରମ୍ଭ କରିବ କ୍ରାଇମବ୍ରାଞ୍ଚ । ଗତକାଲି ମୃତ ଚିତ୍ତରଂଜନଙ୍କ ବଡ଼ବାପା ଓ ଭଉଣୀ ପୁରୀ ଏସପିଙ୍କୁ ଭେଟି ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ କରିବାକୁ ଦାବି କରିଥିଲେ । ଚିତ୍ତରଞ୍ଜନ ଶନିବାର ଗାଁକୁ ଆସି ସାଙ୍ଗଙ୍କ ସହ ଭୋଜି କରିବାକୁ ଯାଇଥିଲେ । ଦୁଇଦିନ ପରେ ପୁରୀ ନୂଆନଈରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଥିଲା । ମାମଲାରେ ପୋଲିସ ଜଗନ୍ନାଥ ଷଡଙ୍ଗୀଙ୍କ ସହ ୫ ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଥିବା ସୂଚନା ମିଳୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.