ରାଜ୍ୟ

ଖୋଲୁନି ACF ସୌମ୍ୟରଞ୍ଜନ ମୃତ୍ୟୁ ରହସ୍ୟ, ତଦନ୍ତ ପାଇଁ ପାରଳାଖେମୁଣ୍ଡିରେ କ୍ରାଇମବ୍ରାଞ୍ଚ ଟିମ୍‌

ପାରଳାଖେମୁଣ୍ଡି(କେନ୍ଯୁଜ୍): ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଉପରୁ କେବେ ହଟିବ ପରଦା । ଘଟଣାକୁ ୯ ଦିନ ବିତିଯାଇଥିଲେ ବି ରହସ୍ୟ ଉପରୁ ପରଦା ହଟିବ କ’ଣ, ଅଧିକ ବଢୁଛି । ପୋଲିସ ସ୍ୱତନ୍ତ୍ର ଟିମ୍‌ ଗଠନ କରି ତଦନ୍ତ ଜାରି କରିଥିବାବେଳେ ଗଜପତି ପୋଲିସକୁ ସହାୟତା କରିବା ପାଇଁ ପାରଳାଖେମୁଣ୍ଡିରେ ପହଞ୍ଚିଛି କ୍ରାଇମବ୍ରାଞ୍ଚ ଟିମ୍‌ । ପୋଲିସ ଡିଜିଙ୍କ ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚ ଡିଏସପି ବିଜୟ କୁମାର ମଲ୍ଲିକଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ଟିମ୍‌ ଆସିଛି ।

ଗତକାଲି ପୋଲିସ ଡିଜିଙ୍କୁ ଭେଟିି ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ଅନୁରୋଧ କରିଥିଲେ ସୌମ୍ୟଙ୍କ ବାପା ଅଭିରାମ ମହାପାତ୍ର । ମାମଲାର ଗୁରୁତ୍ୱକୁ ଦେଖି ତଦନ୍ତରେ ଗଜପତି ପୋଲିସକୁ ସହଯୋଗ ପାଇଁ ପହଞ୍ଚିଛି ୪ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ । ସେମାନେ ପ୍ରଥମେ ଗଜପତି ଏସ୍‌ପି ତପନ କୁମାର ପଟ୍ଟନାୟକଙ୍କୁ ଭେଟି ଆଲୋଚନା କରିଛନ୍ତି । ତଦନ୍ତ କରୁଥିବା ଟିମ୍‌କୁ ବୈଷୟିକ ସହଯୋଗ କରିବ କ୍ରାଇମବ୍ରାଞ୍ଚ ଟିମ୍‌ । ଘଟଣାସ୍ଥଳରୁ ଗଜପତି ପୋଲିସର ସାଇଣ୍ଟିଫିକ୍‌ ଟିମ୍‌ ରିପୋର୍ଟ, ବ୍ୟବଛେଦ ରିପୋର୍ଟ ସମେତ କିଛି ପ୍ରତ୍ୟେକ୍ଷଦର୍ଶୀଙ୍କ ବୟାନକୁ କ୍ରାଇମବ୍ରାଞ୍ଚ ଅଧିକାରୀମାନେ ତର୍ଜମା କରୁଛନ୍ତି। ମୃତ ସୌମ୍ୟଙ୍କ ସମେତ ତାଙ୍କ ପତ୍ନୀ ବିଦ୍ୟାଭରାତୀ ଏବଂ ସ୍କାନରରେ ଥିବା ବନ ଅଧିକାରୀଙ୍କ କଲ୍‌ ଡିଟେଲ୍‌ସ ରିପୋର୍ଟ କ୍ରାଇମବ୍ରାଞ୍ଚ ଟିମ୍‌ ମଗାଇଥିବା ସୂଚନା ମିଳିଛି। ଘଟମାରେ ଆଇଆଇସି ମମତା ପଣ୍ଡାଙ୍କ ସଂପୃକ୍ତି ନେଇ ମଧ୍ୟ ତଦନ୍ତ ହେବ।

Swagatika

Recent Posts

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

9 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

12 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

32 mins ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago

ବାଲେଶ୍ଵରରେ କୋହଳ ହେଲା କର୍ଫ୍ୟୁ କଟକଣା, ଇଣ୍ଟରନେଟ୍ ସେବା ଉପଲବ୍ଧ

ବାଲେଶ୍ୱର : ବାଲେଶ୍ଵରରେ ସ୍ଵାଭାବିକ ହେଉଛି ସ୍ଥିତି । ଆଜିଠୁ ଆହୁରି କୋହଳ ହୋଇଛି କଟକଣା । ଟାଉନ୍ ଥାନା…

2 hours ago

ସାଇବର ଠକେଇର ଶିକାର ହେଲେ ଉଚ୍ଚ ଶିକ୍ଷିତା ମହିଳା ଅଧିକାରୀ, ହରାଇଲେ ୩ ଲକ୍ଷ ୩୯ହଜାର

ଭୁବନେଶ୍ୱର: ଅନେକ ସମୟରେ ଜନସାଧାରଣ ସାଇବର ଠକେଇର ଶିକାର ହେଉଥିବା ନଜର ଆସିଛି । ଚୋର ଠାରୁ ପୋଲିସ ଯେତେ ଚାଲାକ୍‌…

2 hours ago