ଖରସ୍ରୋତା ନଦୀରେ କୁମ୍ଭୀର ଆତଙ୍କ, ଠାବ କରିବାକୁ ବନ ବିଭାଗର ଉଦ୍ୟମ ଜାରି

ଯାଜପୁର (କେନ୍ୟୁଜ): ଖରସ୍ରୋତା ନଦୀରେ କୁମ୍ଭୀର ଆତଙ୍କ । ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଜୋକଡିଆ ବ୍ୟାରେଜ ନିକଟରେ ଗତକାଲି ଅପରାହ୍ନରେ ଏକ କୁମ୍ଭୀର ଦେଖାଯିବା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ସୂଚନା ଅନୁସାରେ ଗତକାଲି ଖରସ୍ରୋତା ନଦୀ ପଠାରେ ଖେଳୁଥିବା ସମୟରେ କିଛି ପିଲା ପ୍ରଥମେ ଏହି କୁମ୍ଭୀରଟିକୁ ଦେଖିଥିଲେ । ପରେ ସ୍ଥାନୀୟ ଅଞ୍ଚଳରେ ଏହି ଖବର ପ୍ରଚାର ହୋଇଯାଇଥିଲା। କୁମ୍ଭୀରକୁ ଦେଖିବାକୁ ସ୍ଥାନୀୟ ଲୋକେ ଭିଡ ଜମାଇଥିଲେ। ପାଖାପାଖି ୫ ଫୁଟ ଲମ୍ବର ଏହି କୁମ୍ଭୀରଟି ବହୁ ସମୟ ଧରି ନଦୀ କୂଳରେ ରହିଥିଲା। ପରେ ଖବର ପାଇ ବନବିଭାଗ କର୍ମଚାରୀ ସେଠାରେ ପହଞ୍ଚିବା ବେଳକୁ କୁମ୍ଭୀରଟି ନଦୀ ଭିତରକୁ ଚାଲିଯାଇଥିଲା। ଆଜି ସକାଳୁ କୁମ୍ଭୀରଟିକୁ ଠାବ କରିବାକୁ ବନ ବିଭାଗ ଉଦ୍ୟମ ଜାରି ରଖିଛି। ଏଥିସହ ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କୁ ନଦୀ ନିକଟକୁ ନଯିବାକୁ ପରାମର୍ଶ ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.