ରାଜ୍ୟ

ପୁଣି ଅଶାନ୍ତ ସମ୍ବଲପୁର: ଲାଗୁହେଲା କର୍ଫ୍ୟ, ଅତ୍ୟାବଶ୍ୟକ ସାମଗ୍ରୀ କ୍ରୟ ପାଇଁ ସମୟ ନିର୍ଦ୍ଧାରଣ କରିଛି ପ୍ରଶାସନ

ସମ୍ବଲପୁର (କେନ୍ୟୁଜ): ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ପୁଣି ଅଶାନ୍ତ ହୋଇଛି ସମ୍ବଲପୁର ସହର । କଡ଼ା ଆଇନଶୃଙ୍ଖଳା ବ୍ୟବସ୍ଥା ସତ୍ତ୍ୱେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ଗତକାଲି ବ୍ୟାପକ ପୋଡ଼ାଜଳା ଓ ଭଙ୍ଗାରୁଜା ହୋଇଥିଲା । ପରିସ୍ଥିତି ନିୟନ୍ତ୍ରଣ କରିବାକୁ ପ୍ରଶାସନ ଗତକାଲି ମଧ୍ୟରାତ୍ରିରୁ ସହରରେ କର୍ଫ୍ୟୁ ଜାରି କରିଛି । ସମ୍ବଲପୁର ସହରର ୬ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗିଛି । ସମ୍ବଲପୁର ଟାଉନ୍‌ ଥାନା, ଧନୁପାଲି, ଅଇଁଠାପାଲି, ବରେଇପାଲି, କ୍ଷେତରାଜପୁର ଓ ସଦର ଥାନା ଅଞ୍ଚଳରେ ଲାଗିଛି କଡ଼ା କଟକଣା।

କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ପଦକ୍ଷେପ ନେଇଛି ସମ୍ବଲପୁର ଜିଲ୍ଲା ପ୍ରଶାସନ । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ । ଲୋକଙ୍କୁ ଘରୁ ବାହାରିବା ଉପରେ କଟକଣା ଲାଗିଛି । ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ବ୍ୟାପକ ଫୋର୍ସ ମୁତୟନ ହୋଇଛନ୍ତି । ସକାଳ ୮ଟାରୁ ୧୦ଟା ଓ ଅପରାହ୍‌ଣ ୩ଟାରୁ ସାଢ଼େ ୫ଟା ଭିତରେ ଲୋକେ ଅତ୍ୟାବଶ୍ୟକ ସାମଗ୍ରୀ କିଣିପାରିବେ । ଜରୁରୀ ମେଡିକାଲ୍‌ ସେବା ପାଇଁ ହେଲ୍‌ପଲାଇନ୍‌ ନମ୍ବର ୭୬୫୫୮୦୦୭୬୦ ଜାରି ହୋଇଛି । କେହି ଆଇନଶୃଙ୍ଖଳା ଭଙ୍ଗ କଲେ କଠୋର କାର୍ଯ୍ୟାନୁଷ୍ଠାନ ହେବ । ବୁଧବାର ଉତ୍ତେଜନା ପରେ ପ୍ରଶାସନ ଓ ଶାନ୍ତି କମିଟିର ଉଦ୍ୟମରେ ସହରରେ ଏକ ପ୍ରକାର ଶାନ୍ତି ଫେରିଥିଲା । ୧୪୪ ଧାରା ସତ୍ତ୍ୱେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ବାହାରିଥିଲା । ଏମିତିକିବେଳେ ପୁଣି ଥରେ ସହରରେ ସୃଷ୍ଟି ହୋଇଥିଲା ଉତ୍ତେଜନା । ଦୁର୍ବତ୍ତଙ୍କ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ପରେ ବ୍ୟାପକ ଉତ୍ତେଜନା ସୃଷ୍ଟି ହୋଇଥିଲା । ଜିଲ୍ଲା ସ୍କୁଲ ଛକରେ ପଥର ମାଡ଼ ହେବା ସହ ଗୋଲବଜାର ଛକରେ ଦୋକାନ ଭଙ୍ଗାରୁଜା ହୋଇଥିଲା ।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago