ରାଜ୍ୟ

ଆଜିଠୁ ଆରମ୍ଭ ଐତିହାସିକ କଟକ ବାଲିଯାତ୍ରା, ମୁଖ୍ୟ ଆକର୍ଷଣ ସାଜିବ ଅଣ୍ଡର ୱାଟର୍‌‌ ଫିସ୍‌‌ ଟନେଲ

କଟକ (କେନ୍ୟୁଜ): ଆଜିଠୁ ଆରମ୍ଭ ହେଉଛି କଟକର ଐତିହାସିକ ବାଲିଯାତ୍ରା। ଚଳଚଞ୍ଚଳ ହେଲାଣି ବାଲିଯାତ୍ରା ପଡିଆ । ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ ବାଲିଯାତ୍ରାରେ ଅନେକ କିଛି ନୂଆ ଦେଖିବାକୁ ମିଳିବ। ଚଳିତ ବର୍ଷ ୧୪ଶହରୁ ଅଧିକ ଷ୍ଟଲ ହୋଇଥିବା ବେଳେ ଓରମାସ ପକ୍ଷରୁ ୪ଶହରୁ ଅଧିକ ଷ୍ଟଲ କରାଯାଇଛି । ୮ଦିନ ଧରି ଚାଲିବାକୁ ଥିବା ଏହି ଵାଣିଜ୍ୟକମହାକୁମ୍ଭରେ ଲୋକଙ୍କ କିଣାବିକା ଜମିବ। ଛୁଆ ଠାରୁ ବୟସ୍କ ପର୍ଯ୍ୟନ୍ତ ସମସ୍ତେ ବାଲିଯାତ୍ରାର ମଜା ନେବା ପାଇଁ ପ୍ରସ୍ତୁତ । ଭଳିକି ଭଳି ଦୋକାନଠୁ ଆରମ୍ଭ କରି ସୁଆଦିଆ ଖାଇବା ସମସ୍ତଙ୍କ ମନ ମୋହିଥାଏ । ବ୍ୟବସାୟୀଙ୍କଠାରୁ ଆରମ୍ଭ କରି ପ୍ରଶାସନର ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।

ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ କରିବାକୁ ଏସିଆ ମହାଦେଶର ସର୍ବବୃହତ ମୁକ୍ତ ଆକାଶ ବାଣିଜ୍ୟ ମେଳାରେ ଦେଖିବାକୁ ମିଳିବ ଗ୍ରାମୀଣ ସଂସ୍କୃତି ଓ ପରମ୍ପରାର ଦିଗ୍ ଦର୍ଶନ। ଐତିହାସିକ ବାଲିଯାତ୍ରାରେ ରାଜ୍ୟ ସରକାରଙ୍କ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ଏକ ସ୍ୱତନ୍ତ୍ର ପାଭିଲିୟନ କରଯାଇଛି। ଲୋକକଳା ମଞ୍ଚ ବୋଲି ନାମିତ ଏହି ପାଭିଲିୟନରେ ଦେଖିବାକୁ ମିଳିବ ଓଡ଼ିଶାର କଳା, ସଂସ୍କୃତି ତଥା ବହୁ ପୁରୁଣା ଲୋକ ନୃତ୍ୟ। ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମ ଏଥିରେ ସ୍ଥାନ ପାଇବ।

ସେହିପରି ପ୍ରସ୍ତୁତ ହୋଇଛି ସେଲଫି ଜୋନ । କଟକ ଇନ୍ କଟକ ମଧ୍ୟରେ ପ୍ରାୟ ୧୦ଟି ସେଲଫି ଜୋନ ପ୍ରସ୍ତୁତ କରାଯାଇଛି । ଅଣ୍ଡର ୱାଟର ଟନେଲ ଆକ୍ୱାରିଆମର ବି ବ୍ୟବସ୍ଥା ରହିଛି । ସେହିପରି ଭଳି କି ଭଳି ଦୋଳି ମଧ୍ୟ ପ୍ରସ୍ତୁତ ହେଲାଣି । ଏଥିସହ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ୟ୍ୟକ୍ରମର ଆୟୋଜନ କରିବାକୁ ଯୋଜନା କରିଛନ୍ତି ଆୟୋଜକ । ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ କରିବାକୁ ଚଳିତବର୍ଷ ପ୍ରଶାସନ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିବା ବେଳେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ ହୋଇଛି ।

ଚଳିତବର୍ଷ ବାଲିଯାତ୍ରାରେ ୫୫ରୁ ୬୦ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହୋଇଛନ୍ତି। ୨୬ଟି ସହାୟତା କେନ୍ଦ୍ର ସହ ୫ ୱାଚ ଟାୱାରର ବ୍ୟବସ୍ଥା କରାଯାଇଛି। ଚୋରି, ଛିନ୍‌ତାଇ ଉପରେ ତୀକ୍ଷ୍ଣ ନଜର ରଖାଯିବ। ଭିଡ଼ ନିୟନ୍ତ୍ରଣ, ଟ୍ରାଫିକ ବ୍ୟବସ୍ଥା ପରିଚାଳନା, ନିଖୋଜ ଛୋଟ ପିଲାଙ୍କୁ ଉଦ୍ଧାର ଉପରେ ଗୁରୁତ୍ୱ ସହ ବରିଷ୍ଠ ନାଗରିକଙ୍କୁ ସହଯୋଗ ଉପରେ ଅଧିକ ଧ୍ୟାନ ଦିଆଯିବ। ତେବେ ଛୋଟ ଛୁଆଙ୍କୁ ବାଲିଯାତ୍ରା ଆଣିବା ସମୟରେ ସେମାନଙ୍କ ପକେଟରେ ଘର ଲୋକଙ୍କ ମୋବାଇଲ ନମ୍ବର ଲେଖିକି ଦେବା ପାଇଁ ଡିସିପି ପିନାକ ମିଶ୍ର ଅନୁରୋଧ କରିଛନ୍ତି।

Barsha

Recent Posts

ପଛପଟୁ ଧକ୍କା ଦେଲା ବାଇକ, ବୃଦ୍ଧଙ୍କ ମୃତ୍ୟୁ

କେନ୍ଦ୍ରାପଡା (କେନ୍ୟୁଜ): କେନ୍ଦ୍ରାପଡା କୁଦାନଗରି ଥାନା ଗୌଡଗାଁରେ ବାଇକ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ନାଁ…

38 mins ago

ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ, ଡ୍ରାଇଭର ମୃତ

ଦିଗପହଣ୍ଡି (କେନ୍ୟୁଜ): ତପ୍ତପାଣି ଘାଟିରେ ପୁଣି ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ମାଲବାହୀ ଟ୍ରକ ।…

52 mins ago

ଭୁବନେଶ୍ବରରେ ଆଜି ପୁଣି ଥରେ ବଢିଲା ପେଟ୍ରୋଲ-ଡିଜେଲ ରେଟ୍, ଚେକ୍ କରନ୍ତୁ ନୂଆ ଦର

ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସା…

1 hour ago

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପରେ ଆସିଛି ବୁଥ ବାହୁଡ଼ା ମତ, ଲଗାତାର ତୃତୀୟ ଥର ପାଇଁ ହେଇପାରନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ମୋଦି । ଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ…

2 hours ago

ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

2 hours ago

କରମଣ୍ଡଳ ରେଳ ଦୁର୍ଘଟଣା: ମନେପଡିଲେ ଥରି ଉଠୁଛି ଛାତି, ଟାଙ୍କୁରି ଯାଉଛି ଲୋମ

ବାଲେଶ୍ଵର (କେନ୍ୟୁଜ): ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାକୁ ଆଜି ପୁରିଛି ବର୍ଷେ । ୨୦୨୩  ଜୁନ୍ ୨ ଶୁକ୍ରବାର, ସମୟ…

2 hours ago