କୁମାର ପୂର୍ଣ୍ଣିମାରେ ଭିଜିବ ଉପକୂଳ ଓଡ଼ିଶା: ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗରେ ଘୂର୍ଣ୍ଣିବଳୟ ସକ୍ରିୟ

ଭୁବନେଶ୍ୱର (କେନ୍ୟୁଜ): କୁମାର ପୂର୍ଣ୍ଣିମାରେ ବର୍ଷାରେ ଭିଜିବ ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶା । ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜିଠୁ ଉପକୂଳରେ ବର୍ଷାର ପ୍ରଭାବ ଓ ବିସ୍ତତି ବଢ଼ିବ । ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ରହିବ ବର୍ଷା ପ୍ରଭାବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି ଦକ୍ଷିଣ ଉପକୂଳରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ଆଜି ପାଇଁ ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି । ସେହିପରି ୧୬ ଜିଲ୍ଲାକୁ ବଜ୍ରପାତ ଓ ଘଡ଼ଘଡ଼ି ପାଇଁ ଜାରି ହୋଇଛି ୟେଲୋ ସତର୍କତା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.