Categories: ରାଜ୍ୟ

ବାତ୍ୟା ‘ଫନି’ର ମୁକାବିଲା ପାଇଁ ସବୁ ଜିଲ୍ଲା ପ୍ରଶାସନ ସଜାଗ: ସ୍ୱାସ୍ଥ୍ୟ, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଓ ପ୍ରାଣୀଧନ ବିଭାଗକୁ ବିଶେଷଭାବେ ସତର୍କ ରହିବାକୁ ନିର୍ଦ୍ଦେଶ

କେନ୍ୟୁଜ୍ : ବାତ୍ୟା ଫନି ମୁକାବିଲା ପାଇଁ ପୁରୀ ଜିଲ୍ଲା ପ୍ରଶାସନ ସଜାଗ । ସମୁଦ୍ରକୂଳ ପେଣ୍ଠକଟା ମତ୍ସ୍ୟଜୀବୀ ବସ୍ତି, ଚନ୍ଦ୍ରଭାଗା, ଅସ୍ତରଙ୍ଗ ଓ କୃଷ୍ଣପ୍ରସାଦ ବସ୍ତିବାସିନ୍ଦାଙ୍କୁ ଆବଶ୍ୟକ ସ୍ଥଳେ ବାତ୍ୟା ଆଶ୍ରୟସ୍ଥଳୀମାନଙ୍କୁ ସ୍ଥାନାନ୍ତର କରାଯିବାର ବ୍ୟବସ୍ଥା ହୋଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲାଯାଇଛି । ସ୍ୱାସ୍ଥ୍ୟ, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଓ ପ୍ରାଣୀଧନ ବିଭାଗକୁ ବିଶେଷଭାବେ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଅଗ୍ନିଶମ ବିଭାଗ, ଓଡ୍ରାଫ, ଏନଡିଆରଏଫ, ଲାଇଫଗାର୍ଡଙ୍କୁ ସଜାଗ ରଖାଯାଇଥିବା ଜିଲ୍ଲାପାଳ କହିଛନ୍ତି ।

ବିଶେଷ ଭାବେ ଜିଲ୍ଲାର କୃଷ୍ଣପ୍ରସାଦ ବ୍ଲକର ଅରଖକୁଦା, ସୁପକୁଦା, ସାନପାଟଣା, ମିରାଦାପୁର, ଗବକୁଣ୍ଡ, ଗଙ୍ଗାଧରପୁର ଆଦି ୧୫ଟି ଜନବସତିରେ ପ୍ରଭାବ ପଡ଼ିବା ଆଶଙ୍କା ରହିଛି । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ମତ୍ସ୍ୟଜୀବୀମାନେ ମଧ୍ୟ ଆତଙ୍କିତ ହୋଇ ପଡ଼ିଛନ୍ତି। ଗତ ଫାଇଲିନ ଓ ହୁଡହୁଡ ବେଳେ ଏହି ଅଞ୍ଚଳରେ ୪ଟି ନୂଆ ମୁହାଣ ଖୋଲିଥିବା ବେଳେ ଫନିର ପ୍ରଭାବ ନେଇ ଶଙ୍କାରେ ରହିଛନ୍ତି ସ୍ଥାନୀୟ ଲୋକେ ।

କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ମଧ୍ୟ ସଜାଗ :

ଫନିର ମୁକାବିଲା ପାଇଁ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ମଧ୍ୟ ସଜାଗ ରହିଛି । ଏନେଇ ଜିଲ୍ଲାପାଳ ଦାଶରଥି ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆଲୋଚନା କରାଯାଇଛି । ଏଥିରେ ଜିଲ୍ଲାର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ। ବିଶେଷକରି ବାତ୍ୟାର ପ୍ରକୋପ ପୂର୍ବରୁ ପ୍ରଭାବିତ ହେବାକୁ ଅଞ୍ଚଳର ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯିବ । CDMOଙ୍କୁ ଆଲର୍ଟ ରହିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଦିଆଯାଇଛି।

ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଫନି ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ

ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଫନି ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ। ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟିକୁ ବାତିଲ କରିଦିଆଯାଇଛି। ସମସ୍ତ କର୍ମଚାରୀଙ୍କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟାକୁ ଆଖିରେ ରଖି ଜିଲ୍ଲାରେ ସମସ୍ତ ଅଙ୍ଗନବାଡି କେନ୍ଦ୍ରକୁ ବନ୍ଦ କରିବା ପାଇଁ ନିର୍ଦେଶ ଦିଆଯାଇଛି। ଆବଶ୍ୟକ ସ୍ଥଳେ ରନ୍ଧା ଖାଦ୍ୟ ବଣ୍ଟନ କରିବାକୁ ପ୍ରସ୍ତୁତ ଥିବା ଜିଲ୍ଲାପାଳ କହିଛନ୍ତି।

ଫନିକୁ ନେଇ ଚନ୍ଦ୍ରଭାଗା ନୋଳିଆ ବସ୍ତିରେ ଆତଙ୍କ

ସାମୁଦ୍ରିକ ଝଡ଼ ଫନିକୁ ନେଇ ଚନ୍ଦ୍ରଭାଗା ନୋଳିଆ ବସ୍ତିରେ ଆତଙ୍କ। ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସତର୍କ କରାଯାଇଛି। ଆସନ୍ତାକାଲି ଏମାନଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯିବ। କୋଣାର୍କ ଏନଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ନୋଳିଆ ବସ୍ତିରେ ପହଞ୍ଚି ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାପାଇଁ ବୁଝାଇଛନ୍ତି।

ବାଲେଶ୍ୱର ଜିଲ୍ଲା ପ୍ରଶାସନ ତରଫରୁ ରେଡ୍‌ ଆଲର୍ଟ ଜାରି

ବାଲେଶ୍ୱର ଜିଲ୍ଲାରେ ‘ଫନି’ର ପ୍ରଭାବ ନେଇ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଜିଲ୍ଲା ପ୍ରଶାସନ ତରଫରୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଏହାର ପ୍ରଭାବ ବାଲେଶ୍ୱରରେ ମଧ୍ୟ ଅନୁଭୂତ ହେବ ବୋଲି ରେଡ଼ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିପାଇଁ ମତ୍ସଜୀବୀମାନେ ସେମାନଙ୍କ ଡଙ୍ଗାକୁ ସୁରକ୍ଷିତ ସ୍ଥାନକୁ ନେବା ଆରମ୍ଭ କରି ଦେଲେଣି।

କଟକରେ ବାତ୍ୟା ମୁକାବିଲା ନେଇ ପ୍ରସ୍ତୁତି ବୈଠକ

କଟକରେ ବାତ୍ୟା ମୁକାବିଲା ନେଇ ପ୍ରସ୍ତୁତି ବୈଠକ। ଜିଲ୍ଲାପାଳ ଅରବିନ୍ଦ ଅଗ୍ରଓ୍ଵାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ବିଶେଷ କରି ବାତ୍ୟା ପରବର୍ତ୍ତୀ ଉଦ୍ଧାରକାର୍ଯ୍ୟ ନେଇ ଆଲୋଚନା କରାଯାଇଛି। ତଳି ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ଭାବରେ ସ୍ଥାନାନ୍ତର କରିବା ଉପରେ ଗୁରୁତ୍ୱ ଦେଇଛି କଟକ ଜିଲ୍ଲା ପ୍ରଶାସନ।

ବରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଲୋଚନା

ବାତ୍ୟା ଫନି ମୁକାବିଲା ନେଇ ବରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଲୋଚନା କରାଯାଇଛି। ଜିଲ୍ଲପାଳଙ୍କ ସମ୍ମିଳନୀ କକ୍ଷରେ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି।

KNews Bureau

Recent Posts

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

2 mins ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

33 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

36 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

39 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

45 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

60 mins ago