Below header

କାଲି ସକାଳ ସାଢେ ୫ଟା ସୁଦ୍ଧା ଗଭୀର ଅବପାତ ନେବ ବାତ୍ୟାର ରୂପ, କିନ୍ତୁ ଲ୍ୟାଣ୍ଡଫଲ କରିବ ନାହିଁ

ଭୁବନେଶ୍ବର(କେନ୍ୟୁଜ୍):  ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ ।  କାଲି ସକାଳ ସାଢେ ୫ଟା ସୁଦ୍ଧା ନେବ ବାତ୍ୟାର ରୂପ। ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବ ଅସାନୀ। ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୨୦ କିମି ବେଗରେ ଗତି କରୁଛି ବାତ୍ୟା। ପ୍ରଭାବରେ ୧୦୫ ରୁ ୧୧୫ କିମି ବେଗରେ ପବନ ବହିବ।ପୁରୀ ଠାରୁ ୧୧୮୦ କିଲୋମିଟର ଦକ୍ଷିଣ ଦକ୍ଷିଣ ପୂର୍ବ ଦିଗରେ ରହିଛି ବାତ୍ୟା। ବିଶାଖାପାଟଣା ଠାରୁ ୧୧୪୦ କିମି ଦକ୍ଷିଣ ପୂର୍ବ ରେ କେନ୍ଦ୍ରିଭୁତ ଅଛି। ପ୍ରଭାବରେ ୧୦ ତାରିଖରୁ ଓଡିଶା ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

ଏବେ ଉତ୍ତର ପଶ୍ଚିମ ଦିଗରେ ଗତିକରୁଛି ବାତ୍ୟା। ୧୦ ତାରିଖରୁ ଏହା ଦିଗ ପରିବର୍ତ୍ତନ କରିବ। କିନ୍ତୁ ଏହି ବାତ୍ୟା ଲ୍ୟାଣ୍ଡଫଲ କରିବ ନାହିଁ
ସମାନ୍ତରାଳ ଭାବରେ ଉପକୂଳବର୍ତ୍ତୀ ଜିଲ୍ଲା ଦେଇ ଅତିକ୍ରମ କରିବ। ସ୍ଥଳଭାଗରୁ ୨୫୦ କିମି ଦୂରରେ ଅତିକ୍ରମ କରିବ ବାତ୍ୟା ।ରିକର୍ଭ କରିବା ପରେ ଗତିପଥ ପରିବର୍ତ୍ତନ ହେବ। ଦୁଇ ଦିନ ପର୍ଯ୍ୟନ୍ତ ଉପକୂଳ ଓଡିଶାରେ ବର୍ଷା ପବନ ଲାଗି ରହିବ। ସବୁ ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି। ୯ ରୁ ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.