Below header

ଆସୁଛି ବାତ୍ୟା, ମଧ୍ୟରାତ୍ରି ସୁଦ୍ଧା ଗୋପାଳପୁର ଅତିକ୍ରମ କରିବା ସହ ୬୦ ରୁ ୭୦ କିମି ବେଗରେ ପବନ ବହିବା ସମ୍ଭାବନା

ଭୁବନେଶ୍ବର (କେନ୍ଯୁଜ୍) : କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଲଘୁଚାପ ବାତ୍ୟାର ରୂପ ନେଉଛି । ଆଜି ସକାଳ ସୁଦ୍ଧା ଏହା ଡିପ୍‌ ଡିପ୍ରେସନରେ ପରିଣତ ହୋଇଥିଲା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଏଥିପାଇଁ ସତର୍କ ସୂଚନା ଜାରି କରାଯାଇଛି । ଏବେ ଏହି ଡିପ୍‌ ଡିପ୍ରେସନ୍‌ ଗୋପାଳପୁର ଠାରୁ ୩ ୦୦ କିଲୋମିଟର ଦୂରରେ ରହିଛି । ଆଜି ମଧ୍ୟରାତ୍ର ସୁଦ୍ଧା ଏହା ଗୋପାଳପୁର ଅତୀକ୍ରମ କରିବା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୬୦ ରୁ ୭୦ କିଲୋମିଟର ରହିବ ।

cyclone

ଆସନ୍ତା ୨୪ ଘଣ୍ଟା ପାଇଁ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ବାତ୍ୟାର ପ୍ରଭାବ ରହିବ । ବାତ୍ୟା ସମୟରେ ଘଣ୍ଟାକୁ ୬୦ ରୁ ୭୦ କିଲୋମିଟର ବେଗରେ ପବନ ବହିବ । ସେହିଭଳି ସମୁଦ୍ରରେ ଉଚ୍ଚ ଜୁଆର ଆସିବା ସମ୍ଭାବନା ଥିବାରୁ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ସବୁ ବନ୍ଦରରେ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.