ଭୁବନେଶ୍ୱର : ଅବପାତରେ ପରିଣତ ହେଲା ଓ୍ବେଲମାର୍କ ଲୋପ୍ରେସର । ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି । ଏହା ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ନେବ ବାତ୍ୟାର ରୂପ । ବାତ୍ୟା ପ୍ରଭାବରେ ଆସନ୍ତାକାଲି ସନ୍ଧ୍ୟା ବା ରାତିରୁ ପାଗରେ ପରିବର୍ତ୍ତନ ହେବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାପାତ୍ର । ସେହିପରି ସବୁ ବନ୍ଦରକୁ ୧ ନମ୍ବର ବିପଦ ସଂକେତ ଜାରି କରାଯାଇଛି ।
ସେହିପରି ଡିପ୍ରେସନ ଏବେ ପାରାଦୀପ ଉପକୂଳରୁ ୭୩୦ କିଲୋମିଟର ଦକ୍ଷିଣପୂର୍ବ, ପଶ୍ଚିମବଙ୍ଗ ସାଗର ଦ୍ବୀପରୁ ୭୭୯ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଓ ବାଂଲାଦେଶ ଖେପୁପରା ଉପକୂଳରୁ ୭୪୦ କିଲୋମିଟର ଦକ୍ଷିଁଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି । ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ। ୨୪ ରାତି କିମ୍ବା ୨୫ ସକାଳ ଲ୍ୟାଣ୍ଡଫଲ କରିବ ଭୀଷଣ ବାତ୍ୟା ଦାନା। ଲ୍ୟାଣ୍ଡଫଲ କରିବା ସମୟରେ ଘଣ୍ଟାପ୍ରତି ବହିବ ୧୦୦ ରୁ ୧୧୦ କିମି ବେଗରେ ପବନ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ଏଥିସହ ଆଜିଠୁ ୨୫ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବାରୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।