Below header

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୮ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଉତ୍ତର ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଆଡକୁ ଗତି କରିବ । ସେଠାରେ ବାତ୍ୟାରେ ପରିଣତ ହୋଇପାରେ । ତେବେ ଦକ୍ଷିଣପୂର୍ବ ବଙ୍ଗୋପସାଗର, ନିକଟସ୍ଥ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ଆସନ୍ତାକାଲିଠୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

କେନ୍ୟୁଜ୍(ବ୍ୟୁରୋ): ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ୮ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପରେ ଘନୀଭୂତ ହୋଇ ୯ ତାରିଖରେ ଅବପାତ ରୂପ ନେଇପାରେ । ଉତ୍ତର ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଆଡକୁ ଗତି କରିବ । ସେଠାରେ ବାତ୍ୟାରେ ପରିଣତ ହୋଇପାରେ । ତେବେ ଦକ୍ଷିଣପୂର୍ବ ବଙ୍ଗୋପସାଗର, ନିକଟସ୍ଥ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ଆସନ୍ତାକାଲିଠୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ଓଡ଼ିଶା ଓ ପଶ୍ଚିମବଙ୍ଗକୁ ନାହିଁ ବାତ୍ୟା ବିପଦ । ବାଂଲାଦେଶ ଓ ମିଆଁମାର ଉପକୂଳ ମୁହାଁଇବ ବାତ୍ୟା । ୧୨ରେ ବାତ୍ୟା ଲ୍ୟାଣ୍ଡଫଲ କରିବ ବୋଲି ଆକଳନ କରିଛି ପାଣିପାଗ ସଂସ୍ଥା ସ୍କାଏମେଟ୍‌ । ୮ ତରିଖରେ ଅବପାତ ଏବଂ ୯ ତାରିଖ ବେଳକୁ ଏହା ଗଭୀର ଅବପାତରେ ପରିଣତ ହେବ । ୧୦ ତାରିଖରେ ବାତ୍ୟାରେ ପରିଣତ ହେବ । ୧୨ ତାରିଖରେ ସିଭିୟର ସାଇକ୍ଲୋନିକ ଷ୍ଟ୍ରୋମରେ ପରଣତ ହେବ ।

ଏପଟେ ରାଜ୍ୟରେ ଆଜିଠୁ କମିବ କାଳବୈଶାଖୀ ପ୍ରଭାବ, ବଢିବ ତାତି । କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଗତ କିଛିଦିନ ହେଲା ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିଥିଲା । ବିଭିନ୍ନ ଅଞ୍ଚଳରେ ଦିନ ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ । ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.