ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୮ଓ ୧୯ରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ

ଭୁବନେଶ୍ୱର (କେନ୍ୟୁଜ): ଲଘୁଚାପରୁ ପ୍ରବଳ ବର୍ଷିବ। ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ପୂର୍ବ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୨୦ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସମ୍ଭାବନା ଥିବା ସ୍ପଷ୍ଟ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୧୮ ଓ ୧୯ ତାରିଖରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଏନେଇ ୧୮ତାରିଖରେ ୭ଟି ଓ ୧୯ରେ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୦ ତାରିଖରେ ବଢିବ ବର୍ଷାର ବିସ୍ତତି ଓ ପରିମାଣ। ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୫ଟି ଜିଲ୍ଲା ଓ ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଜୁନ ୧ରୁ ସେପ୍ଟେମ୍ବର ୧୭ ତାରିଖ ମଧ୍ୟରେ ରାଜ୍ୟରେ ୧୦୯୨. ୪ ମିମି ବର୍ଷା ହୋଇଛି। ସ୍ୱାଭାବିକ ବୃଷ୍ଟିପାତ ୧୦୬୭.୪ ମିମି ଠାରୁ ଏହା ୨ପ୍ରତିଶତ ଅଧିକ। ଭଦ୍ରକରେ ନିଅଣ୍ଟିଅ ବର୍ଷା ହୋଇଥିବା ବେଳେ ୫ଟି ଜିଲ୍ଲାରେ ଅଧିକ ବର୍ଷା ଓ ୨୪ଟି ଜିଲ୍ଲାରେ ସ୍ୱାଭାବିକ ବୃଷ୍ଟିପାତ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.