Below header

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୮ରେ ଲଘୁଚାପ ସମ୍ଭାବନା

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି । ଦକ୍ଷିଣପୂର୍ବ ବଙ୍ଗୋପସାଗର ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ କ୍ଷେତ୍ର । ୮ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ପରେ ଘନୀଭୂତ ହୋଇ ୯ରେ ଅବପାତ ରୂପ ନେଇପାରେ । ଏହା ଦକ୍ଷିଣକୁ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରିବା ସମୟରେ ବାତ୍ୟାର ରୂପ ନେବ।

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି । ଦକ୍ଷିଣପୂର୍ବ ବଙ୍ଗୋପସାଗର ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ କ୍ଷେତ୍ର । ୮ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ପରେ ଘନୀଭୂତ ହୋଇ ୯ରେ ଅବପାତ ରୂପ ନେଇପାରେ । ଏହା ଦକ୍ଷିଣକୁ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରିବା ସମୟରେ ବାତ୍ୟାର ରୂପ ନେବ। ୧୦ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରେ ୮୦ କିଲୋମିଟର ବେଗରେ ପବନ ବହିବ।

କିନ୍ତୁ ବାତ୍ୟା କେଉଁଆଡେ ଯିବ ସ୍ପଷ୍ଟ ସୂଚନା ନାହିଁ। ଅଧିକାଂଶ ପାଣିପାଗ ମଡେଲଙ୍କ ଆକଳନ ମିଆଁମାର ମୁହାଁଇବ ବାତ୍ୟା। ଲଘୁଚାପ ପରେ ବାତ୍ୟା ନେଇ ସ୍ପଷ୍ଟତା ଆସିବ। ବାତ୍ୟା କେଉଁ ଆଡେ ମୁହାଁଇବ କେତେ ତୀବ୍ରତା ରହିବ ତାର ସଠିକ ପୂର୍ବାନୁମାନ ହୋଇନଥିବା କହିଛି ଆଇଏମ୍‌ଡି । ୮ତାରିଖ ବେଳକୁ ସ୍ପଷ୍ଟ ହେବ ବାତ୍ୟାର ଗତି ଓ ତୀବ୍ରତା।ମେ’ ମାସରେ ବାତ୍ୟା ବାରମ୍ବାର ଆସୁଥିବାରୁ ଓଡ଼ିଶାବାସୀଙ୍କ ମନରେ ଛନକା ପଶିଛି । ସମୁଦ୍ର ଭିତରର ସ୍ଥିତି ଏବେ ଯାହା ରହିଛି, ତାହା ବାତ୍ୟା ପାଇଁ ଅନୁକୂଳ ରହିଛି ।

ଆଜିଠୁ କାଳବୈଶାଖୀ ପ୍ରଭାବ କମିବ । ସେଥିପାଇଁ କୌଣସି ଚେତାବନୀ ଜାରୀ କରାଯାଇନାହିଁ। କିଛି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆଜିଠୁ ତାପମାତ୍ର ୩ରୁ ୫ଡ଼ିଗ୍ରୀ ବଢିବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ତାପମାତ୍ର ୪୦ ଡିଗ୍ରୀ ଛୁଇଁବାର ଆଶଂକା ମଧ୍ୟ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.