ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହେଲା ବାତ୍ଯା ‘ଗୁଲାବ’, ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ

ଭୁବନେଶ୍ବର(କେନ୍ଯୁଜ୍): ଉପକୂଳ ଅତିକ୍ରମ କଲା ବାତ୍ୟା ‘ଗୁଲାବ’ । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିଛି ‘ଗୁଲାବ’ । ଶ୍ରୀକାକୁଲମର ସନ୍ଥଗୁଡ଼ାରେ ବାତ୍ୟା ଲ୍ୟାଣ୍ଡଫଲ୍‌ କରିଛି । ଏହା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦେଇ ଗତି କରୁଛି ।

ଆଗାମୀ ୬ ଘଣ୍ଟାରେ ଏହା ଅବପାତରେ ପରିଣତ ହେବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଓ ମାଲକାନଗିରି ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ ଦିଆଯାଇଛି । ବାତ୍ୟା ପ୍ରଭାବରେ ଓଡ଼ିଶାରେ ଏଯାଏ କୌଣସି କ୍ଷୟକ୍ଷତି ରିପୋର୍ଟ ଆସି ନାହିଁ । ଗଞ୍ଜାମ, ଗଜପତି, କୋରାପୁଟରେ ବିଶେଷ ପବନ ନାହିଁ ।

Leave A Reply

Your email address will not be published.