ବଙ୍ଗୋପସାଗରରେ ସୃଷ୍ଚି ହେଲା ବାତ୍ୟା ହାମୁନ୍, ସିଭିଅର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେବା ସମ୍ଭାବନା

ଗଭୀର ଅବପାତ ଆଜି ସାଇକ୍ଲୋନ୍ ଷ୍ଟର୍ମରେ ପରିଣତ ହୋଇଛି । ଆସନ୍ତା ୧୨ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ । ହାମୁନ ଭୀଷଣ ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି । ବାତ୍ୟା ମୁହାଁଇବ ବାଂଲାଦେଶ ।

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ସୃଷ୍ଚି ହେଲା ବାତ୍ୟା ହାମୁନ୍ । ଗଭୀର ଅବପାତ ଆଜି ସାଇକ୍ଲୋନ୍ ଷ୍ଟର୍ମରେ ପରିଣତ ହୋଇଛି । ଆସନ୍ତା ୧୨ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ । ହାମୁନ ଭୀଷଣ ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି । ବାତ୍ୟା ମୁହାଁଇବ ବାଂଲାଦେଶ । ଏହା ବର୍ତ୍ତମାନ ଘଣ୍ଟାପ୍ରତି ୧୪ କିଲୋମିଟର ବେଗରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବ । ହାମୁନ ପାରାଦୀପ ଉପକୂଳରୁ ୨୩୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ, ପଶ୍ଚିମବଙ୍ଗର ଦୀଘାରୁ ୩୬୦ କିଲୋମିଟର ଦକ୍ଷିଣ ଓ ବାଂଲାଦେଶର ଖେପୁପୁରାରୁ ୫୧୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ କେନ୍ଦ୍ରୀଭୂତ ରହିଛି ।

ଆସନ୍ତା ୧୨ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ସିଭିଅର ସାଇକ୍ଲୋନିକ୍ ଷ୍ଟର୍ମ ବା ଭୀଷଣ ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି । ପରେ ବାତ୍ୟା ହାମୁନ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବ । ୨୫ ତାରିଖ ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଉପକୂଳକୁ ଗଭୀର ଅବପାତ ଭାବରେ ଖେପପୁରା ଓ ଚିଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି । ବାତ୍ୟାର ପ୍ରଭାବ ଓଡ଼ିଶାରେ ପଡ଼ିବ ନାହିଁ । କିନ୍ତୁ ୨୫ତାରିଖ ଯାଏ ଉପକୂଳ ଓଡ଼ିଶାର କିଛି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ପାଇଁ ୨୪ ଘଣ୍ଟାରେ ୩ ଜିଲ୍ଲା ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.