ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆଜି ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଏହାର କ୍ରମଶଃ ଘନୀଭୂତ ହେବ । ଆସନ୍ତାକାଲି ଅବପାତରେ ପରିଣତ ହୋଇପାରେ ଲଘୁଚାପ ।
କେନ୍ୟୁଜ୍: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆଜି ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଏହାର କ୍ରମଶଃ ଘନୀଭୂତ ହେବ । ଆସନ୍ତାକାଲି ଅବପାତରେ ପରିଣତ ହୋଇପାରେ ଲଘୁଚାପ ।
ଡିପ୍ରେସନ୍ ଉତ୍ତର ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଅଭିମୁଖେ ଗତି କରିବ । ଅଧିକ ଘନୀଭୂତ ହୋଇ ଏହା ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି । ସାମୁଦ୍ରିକ ଝଡ଼ର ନାଁ ରହିବ ମୋଖା । ସମ୍ଭାବ୍ୟ ବାତ୍ୟାର ଗତିପଥ ଓ ତୀବ୍ରତା ନେଇ ଆଇଏମଡି ପକ୍ଷରୁ କିଛି ଆକଳନ କରାଯାଇନାହିଁ ।
ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଗତିପଥ, ତୀବ୍ରତା ଓ କେଉଁଠି ସ୍ଥଳଭାଗ ନିକଟରେ ପହଞ୍ଚିବ ଜଣାପଡ଼ିବ ବୋଲି କୁହାଯାଇଛି । ବାତ୍ୟା ଚିତ୍ର ସ୍ପଷ୍ଟ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।