୨୪ ଘଣ୍ଟାରେ ବାତ୍ୟାର ରୂପ ନେବ ଅବପାତ, ଗତିପଥ ନେଇ ଆକଳନ ହୋଇନାହିଁ: ପାଣିପାଗ ବିଭାଗ

କେନ୍ୟୁଜ୍(ବ୍ୟୁରୋ): ଓ୍ବେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ କ୍ଷେତ୍ର। ୧୨ ଘଣ୍ଟାରେ ହେବ ଅବପାତ। ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ଲଘୁଚାପ ଆଜି ସକାଳେ ଏକ ସଦୃଶ ଲଘୁଚାପରେ ପରିଣତ ହୋଇଥିବା ବେଳେ ଆସନ୍ତା ୧୨ ଘଣ୍ଟାରେ ଏହା ଅବପାତରେ ରୂପାନ୍ତରିତ ହେବାର ସମ୍ଭାବନା ରହିଛି । ଗତିପଥ ନେଇ ଆକଳନ ହୋଇନାହିଁ । ଅବପାତ ପରେ ଏହା ସ୍ପଷ୍ଟ ହେବ। ଆସନ୍ତା ୨୪ ଘଣ୍ଟା ତଥା ୩ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ଏକ “ବାତ୍ୟା” ରୂପ ନେଇପାରେ।

୪ରେ ଉପକୂଳ ଓଡିଶାରେ ସର୍ବାଧିକ ପ୍ରଭାବ ସହ ୪ ଜିଲ୍ଲା ଗଜପତି, ଗଂଜାମ, ପୁରୀ ଓ ଜଗତସିଂହପୁରକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ପବନର ବେଗ ୮୦-୯୦ ଏବଂ ଝଟକା ପବନ ୧୦୦ ଛୁଇଁବା ସମ୍ଭାବନା ରହିଛି। ୩ ରୁ ୫ ଯାଏଁ ମତ୍ସ୍ୟଜୀବୀ ମାନଙ୍କୁ ଉପକୂଳ ଓଡିଶାର ସମୁଦ୍ର ମନା କରାଯାଇଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.