୮ ତାରିଖ ସଂଧ୍ୟା ସୁଦ୍ଧା ବାତ୍ୟା ସମ୍ଭାବନା, ୧୦ ରେ ଛୁଇଁପାରେ ଉତ୍ତର ଆନ୍ଧ୍ର ଓ ଓଡ଼ିଶା ଉପକୂଳ !

ଭୁବନେଶ୍ବର(କେନ୍ୟୁଜ):୮ ତାରିଖ ସଂଧ୍ୟା ସୁଦ୍ଧା ବାତ୍ୟା ସମ୍ଭାବନା । ଏହା ୧୦ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଖପାଖ ଉତ୍ତରଆନ୍ଧ୍ର-ଓଡ଼ିଶା ଉପକୂଳ ପହଞ୍ଚିବ । ତେବେ ଓଡ଼ିଶା ଉପରେ ପ୍ରଭାବ ପଡ଼ିବ ନାହିଁ । ଏହା କହିଛନ୍ତି ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

ଏହି ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଆସନ୍ତକାଲି ସଂଧ୍ୟା ସୁଦ୍ଧା ଅବପାତରେ ପରିଣତ ହେବ । ଏହା ଘନୀଭୂତ ହେବା ପାଇଁ ପର୍ଯ୍ୟାପ୍ତ ସମୟ ରହିବ । ପାଗ ମଧ୍ୟ ଅନୁକୂଳ ରହିଛି । ୮ ତାରିଖ ସଂଧ୍ୟା ସୁଦ୍ଧା ଏହା ବାତ୍ୟାରେ ପରିଣତ ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଏହା ଉତ୍ତରପଶ୍ଚିମ ଦିଗରେ ଗତି କରିବ । ୧୦ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଖପାଖ ଉତ୍ତର ଆନ୍ଧ୍ର-ଓଡ଼ିଶା ଉପକୂଳରେ ପହଞ୍ଚିବ । ତେବେ ପରବର୍ତ୍ତୀ ଗତିପଥ ଓ ବାତ୍ୟା ପ୍ରଭାବ ସଂପର୍କରେ କିଛି ଆକଳନ କରାଯାଇନାହିଁ । ଲ୍ୟାଣ୍ଡଫଲ ନେଇ ମଧ୍ୟ କିଛି ସୂଚନା ଦିଆଯାଇନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.