ରବିବାର ସନ୍ଧ୍ୟା ସୁଦ୍ଧା ବାତ୍ୟା ନେବ ଭୀଷଣ ରୂପ, ସତର୍କତାମୂଳକ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍‌ଆରସି

ବାତ୍ୟା ଓ ବର୍ଷା ନେଇ ସ୍ବତନ୍ତ୍ର ରିଲିଫ୍‌ କମିସନର ଜାରି କଲେ ସତର୍କ ସୂଚନା ।

ଭୁବନେଶ୍ବର : ବାତ୍ୟା ଓ ବର୍ଷା ନେଇ ସ୍ବତନ୍ତ୍ର ରିଲିଫ୍‌ କମିସନର ଜାରି କଲେ ସତର୍କ ସୂଚନା । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦେଲେ ଏସ୍‌ଆରସି । ସମ୍ଭାବ୍ୟ ବାତ୍ୟାର ଗତିପଥ ନେଇ ରିପୋର୍ଟ ଆସିଛି। ଆସନ୍ତାକାଲି ସକାଳ ସୁଦ୍ଧା ଅବପାତର ରୂପ ନେଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

୨୫ ସକାଳ ସୁଦ୍ଧା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ପରେ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟା ଭାବେ ବାଙ୍ଗଲାଦେଶ ପାଖ ଦେଇ ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ ପହଂଚିବାର ଆଶଙ୍କା ରହିଛି । ଏହାର ପ୍ରଭାବରେ ଓଡ଼ିଶାର ଉପକୂଳ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଆସନ୍ତା ୨୭ ତାରିଖ ଯାଏଁ କେନ୍ଦ୍ରୀୟ ବଙ୍ଗୋପସାଗର ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Leave A Reply

Your email address will not be published.