ବାତ୍ୟା ପ୍ରଭାବରେ ଆଜି ଓଡ଼ିଶାରେ ବର୍ଷିବ, ଏହି ସବୁ ଜିଲ୍ଲାକୁ ଅତିପ୍ରବଳ ବର୍ଷା ନେଇ ଚେତାବନୀ

ବାତ୍ୟା ପ୍ରଭାବରେ ଓଡ଼ିଶାରେ ବର୍ଷା । ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି। ଗତକାଲି ରାତିରୁ ଦକ୍ଷିଣ ଓଡ଼ିଶା ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇଛି । ଆଜି ଅଧିକ ରହିବ ପ୍ରଭାବ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି ହୋଇଛି ।

ଭୁବନେଶ୍ୱର (କେନ୍ୟୁଜ): ବାତ୍ୟା ପ୍ରଭାବରେ ଓଡ଼ିଶାରେ ବର୍ଷା । ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି। ଗତକାଲି ରାତିରୁ ଦକ୍ଷିଣ ଓଡ଼ିଶା ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇଛି । ଆଜି ଅଧିକ ରହିବ ପ୍ରଭାବ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ପୁରୀ, କଳାହାଣ୍ଡି, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ ।

ଅରେଞ୍ଜ ୱାର୍ଣ୍ଣଂ ଜିଲ୍ଲାର କିଛି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିର ଯାଏ ବର୍ଷା ସମ୍ଭାବନା ରହିଛି । କାଲି ବି ବର୍ଷା ପ୍ରଭାବ ରହିବ । ଆସନ୍ତକାଲି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବାତ୍ୟା ପ୍ରଭାବରେ ଅଶାନ୍ତ ରହିଛି ସମୁଦ୍ର। ରାଜ୍ୟର ସମସ୍ତ ବନ୍ଦରଗୁଡ଼ିକୁ ୨ନଂ ବିପଦ ସଙ୍କେତ ଜାରି ହୋଇଛି। ମତ୍ସ୍ୟଜୀବୀଙ୍କୁ ଆସନ୍ତାକାଲି ଯାଏ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଆଲର୍ଟରେ ଅଛନ୍ତି ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.