ରାଜ୍ୟରେ ଆହୁରି ୪୮ ଘଣ୍ଟା ଅନୁଭୂତ ହେବ ଗୁଳୁଗୁଳି

ଉତ୍ତର ବଙ୍ଗୋପସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ ।

କେନ୍ୟୁଜ୍(ବ୍ୟୁରୋ): ଆସୁଛି ଲଘୁଚାପ । ୩ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଉତ୍ତର ବଙ୍ଗୋପସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ୩ ତାରିଖରୁ ବର୍ଷା ବିସ୍ତୃତି ବଢ଼ିବା ସମ୍ଭାବନା ରହିଛି । ୪ ତାରିଖରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

ଦୁର୍ବଳ ମୌସୁମୀ ଯୋଗୁ ଅଗଷ୍ଟରେ ରାଜ୍ୟରେ ବର୍ଷା କମିଛି । ବଢ଼ିଛି ତାତି ଓ ଗୁଳୁଗୁଳି । ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ରାଜ୍ୟରେ ଆହୁରି ୪୮ ଘଣ୍ଟା ଅନୁଭୂତ ହେବ ଗୁଳୁଗୁଳି। ଦୁର୍ବଳ ମୌସୁମୀ ପ୍ରବାହ ପାଇଁ ଉପକୂଳ ଓଡ଼ିଶାରେ ଦିନ ତାପମାତ୍ରା ସ୍ବାଭାବିକ ଠାରୁ ୩ରୁ ୪ ଡିଗ୍ରୀ ଅଧିକ ରେକର୍ଡ ହେଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.