ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପରେ ପରିଣତ ହେବ

ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପରେ ପରିଣତ ହେବ ।ଉପକୂଳ ଓଡ଼ିଶା ସମେତ ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।

ଭୁବନେଶ୍ୱର (କେନ୍ୟୁଜ): ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜିଠୁ ରାଜ୍ୟରେ ବିସ୍ତୃତ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶା ସମେତ ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ୪ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲା ଓ ୫ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୫ ତାରିଖରେ ବର୍ଷା କମିବା ସମ୍ଭାବନା ରହିଛି ।

ଗତକାଲି ଭୟଙ୍କର ବିଜୁଳି ଓ ଘଡ଼ଘଡ଼ିରେ ଥରିଲା ରାଜଧାନୀ । ଭୁବନେଶ୍ବରରେ ସର୍ବାଧିକ ୧୨୬ ମିଲିମିଟିର ବର୍ଷା ରେକର୍ଡ ହୋଇଥିଲା ।ଦୁଇ ଘଣ୍ଟା ଧରି ପ୍ରବଳ ବର୍ଷା ଲାଗି ରହିଥିଲା । ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇଯାଇଥିଲା। ସମ୍ଭାବ୍ୟ ଲଘୁଚାପ ବର୍ଷା ରାଜ୍ୟରେ ନିଅଣ୍ଟିଆ ସ୍ଥିତିକୁ ସାମାନ୍ୟ ଭରଣା କରିବ ବୋଲି ଆଶା ରହିଛି। ଅଗଷ୍ଟରେ ବର୍ଷା ପରିମାଣ କମିଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ମରୁଡ଼ି ଭଳି ସ୍ଥିତି ଉପୁଜିଛି। ଆଗକୁ ବର୍ଷା ନହେଲେ ମରୁଡ଼ି ହୋଇପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.