ପାରାଦୀପ-ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ୟସ’

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ବାତ୍ୟା ୟସ ପାରାଦୀପ-ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ। ୨୬ ତାରିଖ ସନ୍ଧ୍ୟାରେ ପାରାଦୀପ-ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ- ଆଇଏମଡି ପୂର୍ବାନୁମାନ କରିଛି। ଲ୍ୟାଣ୍ଡଫଲ୍‌ ବେଳେ ପବନର ବେଗ ରହିବ ଘଣ୍ଟା ପ୍ରତି ୧୫୫ରୁ ୧୬୫ କିମି। ସ୍ଥଳବିଶେଷରେ ପବନର ବେଗ ୧୮୫ କିମି ପର୍ଯ୍ୟନ୍ତ ବଢିବା ସମ୍ଭାବନା ରହିଥିବା ଆଇଏମଡି ପକ୍ଷରୁ କୁହାଯାଇଛି। ଆଜି ମଧ୍ୟାହ୍ନରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି କାଲି ସକାଳ ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ। ୨୫ ସୁଦ୍ଧା ଭେରି ସିଭିୟର ସାଇକ୍ଲୋନରେ ହେବ ପରିଣତ ବୋଲି କୁହାଯାଇଛି।

ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରି ଉପକୂଳ ମୁହାଁ ହେବ । ୨୬ ତାରିଖ ସଂଧ୍ୟାରେ ପଶ୍ଚିମବଙ୍ଗ, ସଂଲଗ୍ନ ଉତ୍ତର ଓଡ଼ିଶା ଓ ବାଂଲାଦେଶ ଉପକୂଳରେ ପହଞ୍ଚିବ ବାତ୍ୟା । ୨୫ ତାରିଖରୁ ଉପକୂଳ ଓଡ଼ିଶାରେ ପ୍ରବଳରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୬ ତାରିଖରେ ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।.

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.