ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ଓଡ଼ିଶା ଉପରେ ଏହାର ପ୍ରଭାବ ନାହିଁ

କେନ୍ୟୁଜ୍(ବ୍ୟୁରୋ): ଭାରତୀୟ ପାଣିପାଗ ବିଭାଗ କୌଣସି ବାତ୍ୟା ପୂର୍ବାନୁମାନ କରିନି । ଆଜି ଆଇଏମଡି କହିଛି, ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ବାୟୁମଣ୍ଡଳର ୩.୧ କିମି ଯାଏ ବ୍ୟାପିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ପୂର୍ବ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୨୦ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।

ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ମୁହାଁଇବ । ଲଘୁଚାପ କ୍ଷେତ୍ର ସୃଷ୍ଟିର ୪୮ ଘଣ୍ଟା ପରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ଘୂର୍ଣ୍ଣିବଳୟ କ୍ଷେତ୍ର ବହୁ ଦୂରରେ ଥିବାରୁ ଓଡ଼ିଶା ଉପରେ ଏହାର ପ୍ରଭାବ ରହିବ ନାହିଁ । ତେବେ ଆଗକୁ ଏହା ବାତ୍ୟାର ରୂପ ନେବ କି ନାହିଁ ସେନେଇ ପାଣିପାଗ ବିଭାଗ ପକ୍ଷରୁ କୌଣସି ଆକଳନ କରାଯାଇନି । .

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.