ଶେଷ ନିଶ୍ୱାସ ତ୍ୟାଗ କଲେ ଦାମୋଦର ରାଉତଙ୍କ ପତ୍ନୀ ସ୍ନେହଲତା ମହାପାତ୍ର, ଶେଷ ଦର୍ଶନ କଲେ ମୁଖ୍ଯମନ୍ତ୍ରୀଙ୍କ ସହ ବିଭିନ୍ନ ଦଳର ନେତା

ଭୁବନେଶ୍ବର (କେନ୍ୟୁଜ୍) :ପରଲୋକରେ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ଡା ଦାମୋଦର ରାଉତଙ୍କ ପତ୍ନୀ ସ୍ନେହଲତା ମହାପାତ୍ର । ସେ ଆଜି ସକାଳେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସ୍ନେହଲତା ମହାପାତ୍ର ଦୀର୍ଘଦିନ ଧରି ଅସୁସ୍ଥ ଥିଲେ । ତାଙ୍କ ବିୟୋଗ ଖବରପାଇ ବହୁ ରାଜନେତା ଡା ଦାମୋଦର ରାଉତଙ୍କ ବାସଭବନରେ ପହଂଚିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାମ ରାଉତଙ୍କ ବାସଭବନରେ ପହଞ୍ଚି ତାଙ୍କୃୁ ଶ୍ରଦ୍ଧାଞ୍ଜଳି ଜଣାଇ ଶେଷ ଦର୍ଶନ କରିଛନ୍ତି। ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।

ସେହିପରି କିଟ୍ ଓ କିସ୍ ପ୍ରତିଷ୍ଠାତା ତଥା ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ ବି ଦାମ ରାଉତଙ୍କ ପତ୍ନୀଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.