ଆଜି ପୀଠରେ ମହାଷ୍ଟମୀ ଓ ମଣ୍ଡପରେ ସପ୍ତମୀ, ମହାକାଳୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମାଆ କଟକ ଚଣ୍ଡି

କଟକ(କେନ୍ଯୁଜ୍): ଧରାବତରଣ କରିଛନ୍ତି ମାଆ ଦୁର୍ଗା। ଚାରିଆଡେ ପାର୍ବଣ ପରିବେଶ। ଆଜି ପୀଠରେ ମାଆଙ୍କ ମହାଷ୍ଟମୀ ଓ ମଣ୍ଡପରେ ସପ୍ତମୀ। ଗତକାଲି ବିଳମ୍ବିତ ରାତ୍ରରେ ମାଆଙ୍କ ଚକ୍ଷୁଦାନ କରାଯାଇଛି। କରୋନା କଟକଣା ଭିତରେ ଚାଲିଛି ପୂଜାର୍ଚ୍ଚନା। ପୀଠାରେ ମାଆଙ୍କର ନବରାତ୍ର ପୂଜା ସହ ଚାଲିଛି ଷୋଡଶ ପୂଜା।

ଆଜି ମାଆ କଟକ ଚଣ୍ଡି ମହାକାଳୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ରାତି ୯ଟା ୩୦ ପରେ କାଳୀ ବେଶରେ ଦର୍ଶନ ଦେବେ। ଗତକାଲି ବଗଳାମୁଖୀ ବେଶରେ ଦର୍ଶନ ଦେଇଥିଲେ ମାଆ।

ଅନ୍ଯପଟେ ପାର୍ବଣରେ ଭିଡ଼ ରୋକିବା ପାଇଁ ଟ୍ବିନ୍  ସିଟିରେ କଡ଼ା ସୁରକ୍ଷା । ପୂଜାକୁ ଶାନ୍ତି ଶୃଙ୍ଖଳାରେ ଶେଷ କରିବା ପାଇଁ ଗତକାଲିଠୁ କଟକ, ଭୁବନେଶ୍ୱରରେ ରାତି ଆଠଟାରୁ ଲାଗୁ ହେଇଛି ନାଇଟ କର୍ଫ୍ୟୁ । ରାତି ୮ଟାରୁ ସକାଳ ୫ଟା ଯାଏ ଜାରି ରହିବ ନାଇଟ କର୍ଫ୍ୟୁ। କଟକରେ ମୁତୟନ ହେଇଛନ୍ତି ୩୨ ପ୍ଲାଟୁନ ଫୋର୍ସ ।

୨୦ ଚେକ୍‌ ପୋଷ୍ଟ ସହ ଶହେ ପୋଲିସ ଅଧିକାରୀ ଓ ୧୫୦ରୁ ଅଧିକ ହୋମଗାର୍ଡଙ୍କୁ ନିୟୋଜିତ କରାଯାଇଛି। ମଦୁଆଙ୍କୁ ଧରିବା ପାଇଁ ସ୍ୱତନ୍ତ୍ର ସ୍କାର୍ଡ ପ୍ରସ୍ତୁତ କରାଯାଇଛି। ପୂଜାରେ ବିଶୃଙ୍ଖଳା ସୃଷ୍ଟିକାରୀଙ୍କ ପ୍ରତି କଠୋର ପଦକ୍ଷେପ ନିଆଯିବ ବୋଲି ପୋଲିସ କମିଶନର ଚେତାବନୀ ଦେଇଛନ୍ତି। ପୂଜା ଆରମ୍ଭ ପୂର୍ବରୁ ୪୧ଜଣ ଗିରଫ ହୋଇଥିଲେ। ଆଉ ୨୦୩ ଜଣଙ୍କୁ ଧରିବା ପାଇଁ ତାଲିକା ପ୍ରସ୍ତୁତ ହୋଇଛି।ନାଇଟ୍‌ କର୍ଫ୍ୟୁକୁ କ଼ଡାକଡି ପାଳନ କରିବା ପାଇଁ ରାତିରେ ସ୍ପେଶାଲ୍‌ ସ୍କ୍ଵାର୍ଡ ନିୟୋଜିତ କରାଯିବା ସହ ସାଦା ପୋଷାକ ପାଟ୍ରୋଲିଂ ବ୍ୟବସ୍ଥା କରାଯାଇଛି। କୋଭିଡ କଟକଣାରେ ଚଳିତବର୍ଷ ଦୁର୍ଗାପୂଜା ପାଳନ କରାଯାଉଛି।

ତେବେ ଗତ ଥର ପରି ଏଥରର ବି କରୋନା କଟକଣା ଯୋଗୁଁ ଲୋକଙ୍କ ମଧ୍ୟରେ ସେଭଳି ଉତ୍ସାହ ଦେଖିବାକୁ ମିଳିନି। ଏହାବାଦ ପୂଜା ସମୟରେ ସଂକ୍ରମଣ ଉପର ମୁହାଁ ହେବା ଆଶଙ୍କା କରି ଦୈତ୍ୟ ନଗରୀ କଟକ ଓ ଭୁବନେଶ୍ୱରରେ ଗତକାଲିଠୁ କଡ଼ାକଡ଼ି ନାଇଟ୍ କର୍ଫ୍ୟୁ ଲାଗୁ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.