ସ୍କୁଲ ବସ୍ ରେ ଲାଗିଲା ନିଆଁ: ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ

ଡ଼ିଏଭି ପବ୍ଲିକ ପବ୍ଲିକ ସ୍କୁଲ ଗାଡ଼ିରେ ଲାଗିଲା ନିଆଁ। ଅଳ୍ପକେ ବର୍ତ୍ତିଲେ ୭ଜଣ ଛାତ୍ରଛାତ୍ରୀ। ଘଟଣା ଘଟିଛି ପୁରୀ ଜିଲ୍ଲା କୋଣାର୍କ ରାସ୍ତାର ବାୟାକୂଦା ଗାଁ ନିକଟରେ।

ଗୋପ (କେନ୍ୟୁଜ): ଡ଼ିଏଭି ପବ୍ଲିକ ପବ୍ଲିକ ସ୍କୁଲ ଗାଡ଼ିରେ ଲାଗିଲା ନିଆଁ। ଅଳ୍ପକେ ବର୍ତ୍ତିଲେ ୭ଜଣ ଛାତ୍ରଛାତ୍ରୀ। ଘଟଣା ଘଟିଛି ପୁରୀ ଜିଲ୍ଲା କୋଣାର୍କ ରାସ୍ତାର ବାୟାକୂଦା ଗାଁ ନିକଟରେ।

ଆଜି ସକାଳେ ଘରୋଇ ସ୍କୁଲ ବସ୍‌ଟି ଛାତ୍ରଛାତ୍ରୀଙ୍କ ନେଇ ସ୍କୁଲ ଯାଉଥିଲା। ବାୟାକୁଦା ଛକ ନିକଟରେ ବସ୍ ଟାୟାରରୁ ନିଆଁ ବାହାରିଥିଲା। ଧୂଆଁରେ ଛାତ୍ରଛାତ୍ରୀ ମାନେ ଅଣ ନିଶ୍ୱାସୀ ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ଡ୍ରାଇଭରକୁ କହିଥିଲେ। ଡ୍ରାଇଭର ଗାଡ଼ି ଅଟକାଇ ବସ୍‌ରେ ଥିବା ପିଲାମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ। ଏହା ସହ ନିଆଁ ଲିଭାଇବା ପାଇଁ ଦମକଳ ବାହିନୀକୁ ଫୋନ୍ କରିଥିଲେ।

 

You might also like