ଆଗାମୀ ୩ଦିନ ରାଜ୍ୟରେ ବୃଦ୍ଧି ପାଇବ ଦିନର ତାପମାତ୍ରା, ଅନୁଭୂତ ହେବ ଗୁଳୁଗୁଳି

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ତିନି ଦିନ ତାତି । ଆଗାମୀ ୩ଦିନ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ଫଳରେ ଦିନ ତାପମାତ୍ରା ବୃଦ୍ଧି ପାଇବ । ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଗୁଳୁଗୁଳି ଅନୁଭୂତ ହେବ । କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଲଘୁଚାପ ରୂପ ନେଇପାରେ । ଏହାର ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବ । ବର୍ଷାର ବିସ୍ତତି ଓ ପରିମାଣ ବଢିବ ।

Leave A Reply

Your email address will not be published.