ରାଜ୍ୟ

ମାଘରେ ଡରାଇଲାଣି ତାତି: ଦିନରେ ଅଧିକାଂଶ ସ୍ଥାନରେ ୩୬ ଡିଗ୍ରୀ ପାର୍

ଭୁବନେଶ୍ୱର (କେନ୍ୟୁଜ୍‌) : ମାଘରେ ଡରାଇଲାଣି ତାତି । ଦିନରେ ଅସମ୍ଭାଳ ହେଲାଣି ଖରା । ଦିନ ତାପମାତ୍ରା ଆହୁରି ବଢ଼ିବ । ରାଜ୍ୟର ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରା ୩୬ ଡିଗ୍ରୀ ସେଲସିୟସ ପାର୍ କରିଛି  । ଗତକାଲି ଟିଟିଲାଗଡ଼ ଏବଂ ଭବାନୀପାଟଣାରେ ସର୍ବୋଚ୍ଚ ତାପମାତ୍ରା ୩୬.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ବଲାଙ୍ଗିରରେ ୩୫.୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଝାରସୁଗୁଡ଼ାରେ ୩୫.୪ ଏବଂ ବୌଦ୍ଧରେ ୩୫.୫ ଡିଗ୍ରୀ ତାପମାତ୍ରା ରହିଛି  ।

ସେପଟେ ଆଗକୁ ରାତି ତାପମାତ୍ରା ଆହୁରି ବଢିବ । ଚଳିତ ମାସ ଶେଷ ସୁଦ୍ଧା ୪୦ ଡିଗ୍ରୀ ଛୁଇଁପାରେ ପାରଦ। ୩ ଦିନ ପାଗ ଶୁଖିଲା ରହିବ । ମଝିରେ ମଝିରେ ଆକାଶ ମେଘୁଆ ରହିପାରେ । ଓଡ଼ିଶା ଉପକୂଳ ବଙ୍ଗୋପସାଗରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି  । ଏହାର ପ୍ରଭାବରେ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ରାଜ୍ୟକୁ ପ୍ରବେଶ କରୁଛି ।

ଏଥିପାଇଁ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ିର ସମ୍ଭାବନା ରହିଛି । ୨୨ରେ ମୟୂରଭଞ୍ଜ, ବାଲେଶ୍ବର ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୩ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାର କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Sonalisa

Recent Posts

ଟି୨୦ ବିଶ୍ୱକପ : ଅଧିନାୟକ ରୋହିତ ଶର୍ମାଙ୍କ ଫଟୋକୁ ନେଇ କରାଯାଇଛି କଦର୍ଥ, ଫ୍ୟାନ୍‌ ଦେଲେ ମୁହଁତୋଡ ଜବାବ

ଆଇସିସି ଟି୨୦ ବିଶ୍ୱକପ ମହାକୁମ୍ଭ ଆରମ୍ଭ ହୋଇଛି । ଲଗାତାର ଦ୍ୱିତୀୟ ଥର ପାଇଁ ରୋହିତ ଶର୍ମା ଭାରତୀୟ ଟିମର…

18 mins ago

ହସପିଟାଲ ବେଡରୁ ଦୁବାଇ ପାର୍ଟିରେ ପହଞ୍ଚିଲେ ରାକ୍ଷୀ ! ଫ୍ୟାନ୍ସ କଲେ ଟ୍ରୋଲ

ରାକ୍ଷୀ ସାୱନ୍ତ ଗତ କିଛି ଦିନ ହେବ ତାଙ୍କ ସ୍ୱାସ୍ଥ୍ୟ ଖରାପ ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି । କିଛି…

33 mins ago

ଗୋଟିଏ ମିନିଟରେ ହେବ ସ୍ମାର୍ଟଫୋନ ଚାର୍ଜ, ଆସିଲା ଫାଷ୍ଟ ଚାର୍ଜିଂ ଟେକ୍ନୋଲୋଜି

ସ୍ମାର୍ଟଫୋନ୍ ଓ ଇଲେକ୍ଟ୍ରିକ୍‌ ଗାଡ଼ି ର ଆବଶ୍ୟକତା ଆମ ଜୀବନରେ ବଢ଼ିବାରେ ଲାଗିଛି । ଏହି ସ୍ମାର୍ଟଫୋନ ଓ ଇଲେକ୍ଟ୍ରିକ୍‌…

50 mins ago

ଶ୍ରୀଲଙ୍କାରେ ପ୍ରବଳ ବର୍ଷା ଓ ଭୂସ୍ଖଳନ; ୧୦ ଜଣଙ୍କ ମୃତ୍ୟୁ, ୬ ନିଖୋଜ

ଶ୍ରୀଲଙ୍କାରେ ତାଣ୍ଡବ ରଚିଛି ବର୍ଷା । ଭୟଙ୍କର ବନ୍ୟା ପରିସ୍ଥିତି ଯୋଗୁ ସୋମବାର ସ୍କୁଲଗୁଡ଼ିକୁ ବନ୍ଦ କରି ଦିଆଯାଇଛି ।…

1 hour ago

ଓଜେଇ ୨୦୨୪ର ଫଳାଫଳ ପ୍ରକାଶ, ୨୩ ଟି ବିଭାଗରେ ୨୩ ଜଣ ଟପ୍ପର

 ଭୁବନେଶ୍ୱର : ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା -ଓଜେଇ ୨୦୨୪ର ଫଳାଫଳ ପ୍ରକାଶ । ଚଳିତ ବର୍ଷ ମେ'ରେ ହୋଇଥିଲା…

2 hours ago

ୟୁପି : ଜଣେ ଭିନ୍ନକ୍ଷମ ଶିଶୁକୁ ମାରିବା ଇନ୍ସପେକ୍ଟରଙ୍କ ପାଇଁ ପଡିଲା ମହଙ୍ଗା, ଭାଇରାଲ ହେଉଛି ଭିଡିଓ

ୟୁପିର ବିଜନୋରରେ ପିଲାଙ୍କୁ ପିଟିଥିବା ଇନ୍ସପେକ୍ଟରଙ୍କ ପାଇଁ ମହଙ୍ଗା ପଡିଛି । ଭିଡିଓ ଭାଇରାଲ ହେବା ପରେ ଇନ୍ସପେକ୍ଟରଙ୍କୁ ନିଲମ୍ବିତ…

2 hours ago