ମୋହନା(କେନ୍ୟୁଜ୍): ଗଜପତି ଜିଲ୍ଲା ମୋହନା ଥାନା ଡେଙ୍ଗାସର୍ଗି ଗ୍ରାମ ନିକଟସ୍ଥ ଜଙ୍ଗଲର ଏକ ତେନ୍ତୁଳି ଗଛରୁ ଜଣେ ୧୦ମ ଶ୍ରେଣୀ ଛାତ୍ରୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ମୃତକ ସେହି ଗ୍ରାମର ତ୍ରିନାଥ ମଲ୍ଲିକଙ୍କ ୧୫ ବର୍ଷର ଝିଅ ମାଫିକା ମଲ୍ଲିକ। ଗତକାଲି ସନ୍ଧ୍ୟାରୁ ମାଫିକା ଘରୁ ନିଖୋଜ ଥିବା ବେଳେ ଆଜି ପରିବାର ଲୋକ ତାଙ୍କ ମୃତ ଦେହ ଉଦ୍ଧାର କରିଛନ୍ତି। ଖବର ପାଇ ମୋହନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରବିା ସହ ଶବ ଜବତ କରି ବ୍ୟବଛେଦ ନିମନ୍ତେ ବ୍ରହ୍ମପୁର MKCG ମେଡିକାଲ ପଠାଇଛନ୍ତି। ସୂଚନା ମୁତାବକ ମାଫିକା କିଛି ମାସର ଗର୍ଭବତୀ ଥିବା ସନ୍ଦେହ କରାଯାଉଥିବା ବେଳେ ବ୍ୟବଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ସତ ଜଣାପଡିବ ବୋଲି ପୋଲିସ ସୂଚନା ଦେଇଛି।
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…