ଘରୋଇ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ଶବ ଉଦ୍ଧାର

ବଲାଙ୍ଗୀର(କେନ୍ୟୁଜ୍‌) : ଏକ ଘରୋଇ କଲେଜ ହଷ୍ଟେଲରୁ ମିଳିଛି ଜଣେ ଛାତ୍ରୀଙ୍କ ମୃତ ଦେହ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପୋଲିସ ପହଞ୍ଚି ଘଟଣାର ଖୋଳତାଡ଼ କରୁଛି ।

ସୂଚନାନୁଯାୟୀ, ବଲାଙ୍ଗୀର ଜିଲ୍ଲାର ସକମା ଗାଁରେ ଥିବା ଏକ ଘରୋଇ କଲେଜ ହଷ୍ଟେଲରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରାଯାଇଛି । ମୃତ ଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ଦ୍ୱିତୀୟ ବର୍ଷରେ ପଢୁଥିଲେ । ଘଟଣାସ୍ଥଳରେ ପହଞ୍ଚି ଖୋଳତାଡ ଆରମ୍ଭ କରିଛି ଲୋଇସିଂହା ଥାନା ପୋଲିସ ।

ମୃତ ଛାତ୍ରୀଙ୍କ ପରିବାର ଲୋକଙ୍କୁ ଖବର ଦେଇଛନ୍ତି କଲେଜ କର୍ତ୍ତୃପକ୍ଷ । ପାରିପାର୍ଶ୍ୱିକ ସ୍ଥିତିରୁ ଆତ୍ମହତ୍ୟା ସନ୍ଦେହ କରାଯାଉଛି । ତେବେ କାରଣ ଅସ୍ପଷ୍ଟ ରହିଛି । ତଦନ୍ତ ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.