ଉଦଳା (କେ ନ୍ୟୁଜ୍): ବିଲ ଭିତରେ ଥିବା ଏକ କୂଅରୁ ଉଦ୍ଧାର ହେଲା ମୃତଦେହ । ତେବେ ମୃତ୍ୟୁ କିଭଳି ହୋଇଛି ସେକଥା ସ୍ପଷ୍ଟ ହୋଇନି । ପୋଲିସ୍ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ।
ମୟୁରଭଞ୍ଜ ଜିଲ୍ଲା ଶରତ ଥାନା କଟୁରିଆ ହାଟସାହି ଗାଁରେ ଏହି ଘଟଣା ଘଟିଛି। ଏକ ବିଲ ମଧ୍ୟରେ ଥିବା କୂଅରୁ ସଂପୃକ୍ତ ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖି ଲୋକେ ପୋଲିସ୍କୁ ଖବର ଦେଇଥିଲେ । ମୃତ ବ୍ୟକ୍ତି ଜଣକ ସ୍ଥାନୀୟ ଗ୍ରାମର ସାଲଖୁ ମୁର୍ମୁ ବୋଲି ଜଣାପଡ଼ିଛି। ଆଜି ସକାଳେ ସ୍ଥାନୀୟ ଲୋକେ ସେହି ରାସ୍ତା ଦେଇ ଯାଉଥିବା ବେଳେ କୂଅରେ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ। ପରେ ଏ ନେଇ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ କୂଅରୁ ଉଦ୍ଧାର କରିବା ସହିତ ତଦନ୍ତ ଆରମ୍ଭ କରିଛି ।
ଅନ୍ୟପଟେ ସାଲଖୁ ଗତ ୫ ତାରିଖ ଠାରୁ ନିଖୋଜ ଥିବା ବେଳେ ଆଜି ତାଙ୍କର ମୃତଦେହ ମିଳିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଏହା ଏକ ଦୁର୍ଘଟଣା ନା ଆତ୍ମହତ୍ୟା କିମ୍ବା କେହି ତାଙ୍କୁ ହତ୍ୟା କରି କୂଅରେ ଫୋପାଡି ଦେଇଛି ତାହା ଏବେ ବି ସନ୍ଦେହ ଘେରରେ ।
ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…