ଜଙ୍ଗଲରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଘଟଗାଁ : କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ମେଲାଣ ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି। ମୃତ ମହିଳା ଜଣକ ମେଲାଣ ଗ୍ରାମ ନାଏକ ସାହିର ଗୁଣ୍ଡୁରୀ ନାଏକ ବୋଲି ଜଣାପଡିଛି।

ଗ୍ରାମ ନିକଟସ୍ଥ ଜଙ୍ଗଲରେ ମହିଳାଙ୍କୁ ଗ୍ରାମବସୀ ଝୁଲନ୍ତା ଅବସ୍ଥାରେ ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ସ୍ଥଳରେ ପୋଲିସ ତଦନ୍ତ ଆରମ୍ଭ କରିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ତାଙ୍କୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ତେବେ ତଦନ୍ତ ପରେ ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।