ଟ୍ରେନ ଲାଇନ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ରାଉତମୁଣ୍ଡା ଗାଁ ଟ୍ରେନ ଲାଇନ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି ।

କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ରାଉତମୁଣ୍ଡା ଗାଁ ଟ୍ରେନ ଲାଇନ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯୁବକ ଜଣକ ହେଉଛନ୍ତି ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡର ଘସିଏନ ଗାଁର ବୋଲି ସୂଚନା ମିଳିଛି । ବିଳମ୍ବିତ ରାତ୍ରରେ ଏହି ଘଟଣା ଘଟିଥିବା ସ୍ଥାନୀୟ ଲୋକେ କହିଛନ୍ତି । ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ଟ୍ରେନ ଲାଇନରେ ଫିଙ୍ଗି ଦେଇଛି ତାହା କାରଣ ଅସ୍ପଷ୍ଟ ରହିଛି । ଘଟଣା ଳରେ କଣ୍ଟାବାଞ୍ଜି ଜିଆରପି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପରିବାର ଲୋକଙ୍କ ସହ ଯୋଗାଯୋଗ କରୁଛି ପୋଲିସ ।