ଦାମୋଦର ରାଉତଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶା ରାଜନୀତିରେ ଗୋଟିଏ ଯୁଗର ଅବସାନ ଘଟିଛି। ଆଉ ନାହାଁନ୍ତି ବରିଷ୍ଠ ନେତା ଦାମୋଦର ରାଉତ । । ଦାମୋଦର ରାଉତଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଃଖ ପ୍ରକାଶ କରି ସେ କହିଛନ୍ତି ଯେ, ଓଡ଼ିଶା ଏବଂ ଦେଶର ଉନ୍ନତି ପାଇଁ ଦାମୋଦର ରାଉତଙ୍କ ଅବଦାନ ସ୍ମରଣୀୟ । ପରିବାର ବର୍ଗଙ୍କ ସହ ଅନୁଗାମୀଙ୍କୁ ଗଭୀର ସମବେଦନା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଭୁବନେଶ୍ୱର (କେନ୍ୟୁଜ); ଓଡ଼ିଶା ରାଜନୀତିରେ ଗୋଟିଏ ଯୁଗର ଅବସାନ ଘଟିଛି। ଆଉ ନାହାଁନ୍ତି ବରିଷ୍ଠ ନେତା ଦାମୋଦର ରାଉତ । ଆଜି ସକାଳ ୫ଟା ୨୩ ମିନିଟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ତାଙ୍କ ପରିବାର ପକ୍ଷରୁ ସୂଚନା ମିଳିଛି । ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ଦାମୋଦର ରାଉତଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଃଖ ପ୍ରକାଶ କରି ସେ କହିଛନ୍ତି ଯେ, ଓଡ଼ିଶା ଏବଂ ଦେଶର ଉନ୍ନତି ପାଇଁ ଦାମୋଦର ରାଉତଙ୍କ ଅବଦାନ ସ୍ମରଣୀୟ । ପରିବାର ବର୍ଗଙ୍କ ସହ ଅନୁଗାମୀଙ୍କୁ ଗଭୀର ସମବେଦନା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

 

 

ଏହା ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ଏକ୍ସ’ରେ ଲେଖିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।

 

 

ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ପିସିସି ସଭାପତି ଶରତ ପଟ୍ଟନାୟକ, ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଓ ବରିଷ୍ଠ ବିଜେଡି ନେତା ଚ୍ୟାଉ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି ।

ସୂଚନାଯୋଗ୍ୟ ଯେ ୧୮ ତାରିଖ ବିଳମ୍ବିତ ରାତିରେ ଦାମ ରାଉତ ଅସୁସ୍ଥ ହୋଇପଡ଼ିଥିଲେ । ପରିବାର ଲୋକେ ତାଙ୍କୁ ପ୍ରଥମେ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରିଥିଲେ । ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ବିୟୋଗରେ ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ନିଧନ ଓଡ଼ିଶା ରାଜନୀତି ପାଇଁ ଅପୂରଣୀୟ କ୍ଷତି ବୋଲି ରାଜନେତାମାନେ କହିଛନ୍ତି ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.