ପୌଷ ପୂର୍ଣ୍ଣିମାରେ ଆଜି ମହାପ୍ରଭୁଙ୍କ ଦେବାଭିଷେକ ନୀତି, ସୁନାବେଶରେ ଦର୍ଶନ ଦେବେ ଶ୍ରୀଜୀଉ

ଆଜି ପବିତ୍ର ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦେବାଭିଷେକ ନୀତି ଅନୁଷ୍ଠିତ ହେବ । ରାଜାଧିରାଜ ବା ସୁନାବେଶରେ ବିଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ ।

ପୁରୀ (କେନ୍ୟୁଜ): ଆଜି ପବିତ୍ର ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦେବାଭିଷେକ ନୀତି ଅନୁଷ୍ଠିତ ହେବ । ରାଜାଧିରାଜ ବା ସୁନାବେଶରେ ବିଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ପୂର୍ବଦିନରୁ ଅର୍ଥାତ ଗତକାଲି,ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ । ରତ୍ନ ସିଂହାସନରେ ବର୍ଷକୁ ୪ ଥର ହେଉଥିବା ସୁନାବେଶ ମଧ୍ୟରୁ ଆଜିର ବେଶ ଅନ୍ୟତମ । ସକାଳଧୂପ ପରେ ସ୍ୱର୍ଣ୍ଣ ଓ ରତ୍ନ ଖଚିତ ଅଳଙ୍କାରରେ ମହାପ୍ରଭୁ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ । ମସ୍ତକରେ କିରିଟ,ପାଦରେ ଶ୍ରୀପୟର,ହାତରେ ଶ୍ରୀଭୂଜ,ହରିଡାମାଳ,ବାହାଡା ମାଳ,ସେବତୀମାଳ,ଆଡକାନି,ଚନ୍ଦ୍ର ସୂର୍ଯ୍ୟ ଆଦି ବିବିଧ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ମହାପ୍ରଭୁ ମାନେ ରାଜାରାଜେଶ୍ୱର ବେଶରେ ହଜାର ହଜାର ଭକ୍ତଙ୍କୁ ଦର୍ଶନ ଦେବେ ।

ଶ୍ରୀଜୀଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ପୁଷ୍ୟାଭିଷକ ଅନ୍ୟତମ ଉତ୍ସବ । ପ୍ରଭୁ ଶ୍ରୀରାମ ୧୪ ବର୍ଷ ବନବାସ ପରେ ଆଜି ଦିନରେ ଅଯୋଧ୍ୟାକୁ ପ୍ରତ୍ୟାବର୍ତ୍ତନ କରି ସିଂହାସନରେ ଅଧିଷ୍ଠିତ ହୋଇଥିଲେ । ସେହି ସ୍ମୃତିରେ ଶ୍ରୀମନ୍ଦିରରେ ପୌଷପୁର୍ଣ୍ଣିମା ଅର୍ଥାତ ଆଜିର ଦିନରେ ରତ୍ନସିଂହାସନରେ ମହାପ୍ରଭୁଙ୍କର ଅଭିଷେକ ନୀତି ସଂପନ୍ନ ହୋଇଥାଏ । ତେବେ ବର୍ଷକ ମଧ୍ୟରେ ୫ ଥର ମହାପ୍ରଭୁ ସୁନାବେଶରେ ଦର୍ଶନ ଦେଉଥିବା ବେଳେ ଆଜି ଦିନରେ ସୁନାବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଅଶେଷ ପୁଣ୍ୟ ମିଳିଥାଏ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.